June 13, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

IMG-20241007-WA0016
Share

 

ପାରଳାଖେମଣ୍ଡି,ତା.

 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଜତିନ୍ଦ୍ର କୁମାର ପଣ୍ଡା, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ଶ୍ରୀ ପୃଥ୍ୱୀରାଜ ମଣ୍ଡଳ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଓ ଉପ ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୮୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଗୋଟି ଓ ୮ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଏନ୍ ବୀରାରାଜୁ,ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବନନ୍ଦ ନାୟକ ,ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ଆଲ୍ଲୀ,ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

You may have missed