November 25, 2024

କାଶୀପୁର ଠାରେ ୭୦ ତମ ବନ୍ୟଜନ୍ତୁ ସଂଗ୍ରକ୍ଷଣ ସାପ୍ତାହିକ ଦିବସ ପାଳିତ ।

Share

ରାୟଗଡା : ରାୟଗଡା ଜିଲ୍ଲା କାଶୀପୁର ସଦର ମହକୁମା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ କାଶୀପୁର ବନାଞ୍ଚଳ ପକ୍ଷରୁ ୭୦ତମ ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳିତ ହେଇଯାଇଛି । କାର୍ଯ୍ୟକ୍ରମ ରେ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କୁ ନେଇ ଏକ ପଟୁଆର ରେ ପୋଷ୍ଟେର ବେନର ଓ ବିଭିନ୍ନ ନାରା ରେ କାଶୀପୁର ସହର ପରିକ୍ରମା କରଯାଇଥିବା ଦେଖିବାକୁ ମିଳିଛି । ପରବର୍ତ୍ତୀ ସମୟରେ ଓଏଭି ବିଦ୍ୟାଳୟ ରେ ବକ୍ତୃତ୍ୱ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବନାଞ୍ଚଳ ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁ ,ଓଏଭି ବିଦ୍ୟାଳୟ ର ଉପାଧକ୍ଷ ମନ ରଞ୍ଜନ ଧଳ ଓ ଜୟନ୍ତ ବୁଡ଼େକ ମଞ୍ଛାସିନ ରହିଥିବାବେଳେ ବତ୍ତୃତ୍ୱ ର ବିଷୟବସ୍ତୁ ଥିଲା ବନ୍ୟଜନ୍ତୁ ଙ୍କର ସାମ୍ପ୍ରତିକ ସ୍ଥିତି ପୁଣି ଭବିଷ୍ୟତ ରେ ଏମାନଙ୍କ ସୁରକ୍ଷା ଉପରେ ନେଇ କାଶୀପୁର ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଏକ ବକ୍ତୃତ୍ୱ ପ୍ରତିଯୋଗିତା କରାଯାଇଥିଲା । ପୁଣି କୃତିତ୍ୱ ଛାତ୍ରଛାତ୍ରୀ ଙ୍କୁ ଉପସ୍ଥିତ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ କୁ ଓଏଭି ବିଦ୍ୟାଳୟ ର ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସମେତ ବନାଞ୍ଚଳ କାର୍ଯ୍ୟାଳୟ ମଧ୍ୟରୁବଳରାମ କାଡ୍ରାକା ଫୋରେଷ୍ଟର ମାଣ୍ଡିବିଶି, ଦୀନବନ୍ଧୁ ଶବର ଫରେଷ୍ଟର କାଶୀପୁର, ସୁରେଶ ମିଶ୍ର ଫୋରେଷ୍ଟର ଶୁଙ୍ଗେର ଓ ଫୋରେଷ୍ଟ ଗାର୍ଡ ଓ ଅନ୍ୟ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।’

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed