April 28, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ 

IMG-20260108-WA0076
Share

ବୁଗୁଡା : ତା ୦୮/୦୧/୨୬ : ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଉଚ୍ଚମାନର ବୌଦ୍ଧିକ ଶିକ୍ଷା ତଥା ଶୈଖିକ ଭିତ୍ତିଭୂମିର ବିକାଶ, ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଶିଶୁ ବାଟିକା ମାଧ୍ୟମରେ ଖେଳନା ସାମଗ୍ରୀ ତଥା ଉପକରଣ ମାଧ୍ୟମରେ ଶିକ୍ଷାଦାନ, ଶତ ପ୍ରତିଶତ ସମ୍ପୂର୍ଣ ଶିକ୍ଷା ଗ୍ରହଣ ସହ ଧନ୍ଦା ମୁଳକ ଶିକ୍ଷା ପ୍ରତି ଆକୃଷ୍ଟ କରାଇ ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରୀୟ ସ୍ତରରେ ସମାନୁପାତିକ ଶିକ୍ଷା ପ୍ରଦାନ ନିମିତ୍ତ ରାଜ୍ୟ ସରକାରଙ୍କ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କ୍ରମେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୮୦ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସି ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ବୁଗୁଡା ବ୍ଲକର ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ତାଳସାକର ଗ୍ରାମସ୍ଥ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସ୍ୱତନ୍ତ୍ର ଆଭାସି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବ୍ଲକରେ ଏକ ମାତ୍ର ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଏହି ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଚିନ୍ମୟ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଏସ୍.ଧନଞ୍ଜୟ, ସମ୍ମାନିତ ଅତିଥି ଭାବେ ତହସିଲଦାର ତାପସ ରାଉତ, ଏବିଇଓ ଅମିତା କୁମାରୀ ପାଢୀ ଓ କୃଷ୍ଣଚନ୍ଦ୍ର ବେହେରା, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି କେ.ନୀଳମାଧବ ଆଚାରୀ ପ୍ରମୁଖ, ନାଏବ ସରପଞ୍ଚ ପ୍ରମୋଦ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ ପୂର୍ବକ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀ ପରିଚାଳନା କରିଥିଲେ।