April 25, 2026

ଗୁମ୍ମା ବ୍ଲକ ଅନ୍ତର୍ଗତଗାଇବା ପଞ୍ଚାୟତକାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

IMG-20230508-WA0009
Share

 

ଗୁମ୍ମା:୮/୫(ସବ୍ୟୁ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ, ପିଏ ଆଇଟିଡିଏ ଶ୍ରୀ ଫାଲଗୁନି ମାଝୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗାଇବା ଗ୍ରାମ ପଞ୍ଚାୟତ ସମେତ ପରିଡ଼ା, ବାଇଝାଲ ଓ ବୃଶଭା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୭୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪ ଗୋଟି ଓ ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୨ ଜଣଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ଗୁମ୍ମା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନୁପ ଅଭିଷେକ ବେହେରା, ତହସିଲଦାର ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

You may have missed