ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଖୋରଧା ( ପ୍ରିୟଙ୍କା ମହାପାତ୍ର):
ଆଜି ପୂର୍ବାହ୍ନରେ ଖୋରଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସ ଙ୍କ ମିଳିତ ଅଧ୍ୟକ୍ଷତାରେ ଆଜିର ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା l ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋରଧା,ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋରଧା ,ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଖୋରଧା, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୮୬ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୬୫ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୧ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ, ଶ୍ରୀ ଋତୁରାଜ ଅଭିଯୋଗ ଶିବିରରେ ୦୫ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ସି ଏସ ଓ, ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଡ଼ଃ ଗୀତାଂଶୁ ମୋହନ ଦାଶ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଅଧିକ୍ଷଣ ଯନ୍ତ୍ରୀ ଇଂ ରଶ୍ମିତା ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ସୋନାମିକା ରାୟ,ସମସ୍ତ ବି ଡି ଓ, ସମସ୍ତ ତହସିଲଦାର, ଡେପୁଟି କଲେକ୍ଟର,ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଶ୍ରୀ ଅଶୋକ କୁମାର ବେହେରା, ଉପନିର୍ଦେଶକ, ଯୋଜନା ଓ ସଂଯୋଜନା ଶ୍ରୀ ଶଙ୍କର ବେହେରା, ଅବକାରୀ ଅଧିକ୍ଷକ ସୁମିତ୍ରା ତ୍ରିପାଠୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ ହିଆଲ , ସଦର ତହସିଲଦାର ବିଭାଷ୍ ପାଣିଗ୍ରାହୀ , ଜିଲ୍ଲା କ୍ରୀଡ଼ା ଅଧିକାରୀ ଗୀତାଞ୍ଜଳି ପଣ୍ଡା ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ସାମାଜିକ ସୁରକ୍ଷା ଓ ଭିନ୍ନ କ୍ଷମ ସଶକ୍ତି କରଣ ବିଭାଗ ଆନୁକୂଲ୍ୟରେ ରାଜ୍ୟସରକାରଙ୍କ ଲ୍ୟାପଟପ୍ ଯୋଗାଇଦେବା ଯୋଜନାରେ ଦୃଷ୍ଟି ବାଧିତ ସ୍ବପ୍ନ ରାଣୀ ବିହାରୀ,ପି .ଏନ. ଅଟୋନୋମସ କଲେଜ, ସୁଶ୍ରୀ ସ୍ଵୟମ୍ ପ୍ରଜ୍ଞା ନାୟକ,କେ ବି ସି , ବାରଙ୍ଗ, ଅଂଶୁମାନ ସାହୁ,ବି ଜେ ପି ଅଟୋନୋମସ କଲେଜ, ଭୁବନେଶ୍ୱର, ରଚନା ଜେନା,ଆର ଡି, ଓମେନ୍ସ ବିଶ୍ଵବିଦ୍ୟାଳୟ, ଭୁବନେଶ୍ୱର, ସୌଭାଗ୍ୟ ସାହୁ,ବି ଜେ ପି, ଅଟୋନୋମସ, କଲେଜ, ଭୁବନେଶ୍ୱର, ବିଷ୍ଣୁପ୍ରିୟା ବେହେରା,କେ ସି ପି ଏ ଏନ କଲେଜ, ବାଙ୍କୋଇ, ଆଲୋକ କୁମାର ଲେଙ୍କା, ବିଜୁ ପଟ୍ଟନାୟକ ସ୍ନାତକ ବିଜ୍ଞାନ ଓ ଶିକ୍ଷା କଲେଜ, ଭୁବନେଶ୍ୱର, ମନୋଜ କୁମାର ବାରିକ, ରାଜଧାନୀ ସ୍ନାତକ କଲେଜ, ଭୁବନେଶ୍ୱର ଏବଂ ଜିତେନ୍ଦ୍ର ନାୟକ, ରାଜଧାନୀ ସ୍ନାତକ କଲେଜ, ଭୁବନେଶ୍ୱର ଙ୍କୁ ଲାପଟପ୍ ପ୍ରଦାନ କରି ତାଙ୍କ ଉଚ୍ଚତର ଶିକ୍ଷା ଗ୍ରହଣ ର ମଙ୍ଗଳ କାମନା କରିଥିଲେ l
