September 8, 2026

ଝାରବନ୍ଧ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର

IMG-20260908-WA0007
Share

 

 

ବରଗଡ଼ : ୦୭/୦୯(ଜୟନ୍ତ କୁମାର ସେଠ)ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ବ୍ୟତୀତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲୁ, ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାଣ୍ଡବ ଶବର, ଝାରବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପର୍ଶୁରାମ ପଣ୍ଡା ଏବଂ ଝାରବନ୍ଧ ଅତିରିକ୍ତ ତହସିଲଦାର ଶ୍ରୀ ବିଶ୍ୱକ ସେନ୍ ପୁରୋହିତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୮୯ ଗୋଟି ଅଭିଯୋଗ ମଧ୍ୟରୁ ୬୨ ଗୋଟି ବ୍ୟକ୍ତିଗତ ଏବଂ ୨୭ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।