July 31, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ..

IMG-20251208-WA0095
Share

ପାରଳାଖେମଣ୍ଡି,

 

ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ କେ.ଝାଲରସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର ହନେନାଗା, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କେ.ଝାଲରସିଂ ଗ୍ରାମ ପଞ୍ଚାୟତ ସମେତ ବଡପଦା, ତିତିସିଂ ଓ ଖଜୁରୀପଦା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୬୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୩୪ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଗୋଟି ଅଭିଯୋଗ ଆସିଥିଲା ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର,ତହସିଲଦାର ମୋନାଲିସା ଆଚାରୀ ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

You may have missed