March 10, 2026

ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରଦାନ ନିମନ୍ତେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

IMG-20250809-WA0166
Share

 

*ଜିଲ୍ଲାର ୩୫୯୯୧୨ ଜଣ ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା*

 

ବରଗଡ(ସୁରେନ୍ଦ୍ର କଠାର)

 

ବରଗଡ଼:ଶନିବାର,

ମହିଳା ସଶକ୍ତିକରଣ ନିମନ୍ତେ ଓଡିଶା ସରକାରଙ୍କ ଯୁଗାନ୍ତକାରୀ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରଦାନ ନିମନ୍ତେ କୋରାପୁଟ ଜିଲ୍ଲାର ଜୟପୁର ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟର ଏକ କୋଟିରୁ ଉର୍ଦ୍ଧ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୫୦୦୦ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି। ଏହି ଅବସରରେ ସ୍ଥାନୀୟ ଯଦୁମଣି ଅଡିଟୋରିୟମ ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଭାରୀ ତଥା ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସୁଭଦ୍ରା ହିତାଧିକାରୀଙ୍କୁ ଉତ୍ସାହିତ କରିବା ସହ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।

ସ୍ବାସ୍ଥ୍ୟ ମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ମୋହନ ସରକାର ଦେଇଥିବା ସମସ୍ତ ପ୍ରତିଶୃତି ପୂରଣ କରୁଛି। ମହିଳାଙ୍କ ଅଶାର କିରଣ ସାଜିଥିବା “ସୁଭଦ୍ରା ଯୋଜନା” ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରି ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି । ଆମ ସରକାର ଆସିବାର ପ୍ରାୟ ଏକ ବର୍ଷ ମଧ୍ୟରେ ମହିଳା ସଶକ୍ତିକରଣକୁ ଏକ ନୂତନ ଦିଗନ୍ତ ଦେବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏହାର ଉଦାହରଣ ହେଉଛି, ‘ଲକ୍ଷପତି ଦିଦି’। ସୁଭଦ୍ରା ମାଧ୍ୟମରେ ଆମେ କେବଳ ଆର୍ଥିକ ସ୍ୱାଧୀନତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରୁନାହୁଁ ବରଂ ଶିକ୍ଷା, ଦକ୍ଷତା, ଏବଂ ରୋଜଗାରର ସୁଯୋଗ ମଧ୍ୟରେ ଥିବା ବ୍ୟବଧାନକୁ ମଧ୍ୟ ଦୂର କରୁଛୁ । ସୁଭଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ସହାୟତାକୁ ପୁଞ୍ଜି ଭାବେ ବ୍ୟବହାର କରି ଆଜି ରାଜ୍ୟର ଲକ୍ଷ ଲକ୍ଷ ମା’ ଓ ଭଉଣୀମାନେ ଛୋଟ ବଡ ବ୍ୟବସାୟ ଆରମ୍ଭ କରି ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇ ପାରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ବିଜେପୁର ବିଧାୟକ ଶ୍ରୀ ସନତ କୁମାର ଗଡତିଆଙ୍କ ସମେତ ବିଧାୟକ ଭଟଲି ଶ୍ରୀ ଇରାଶିଷ ଆଚାର୍ଯ୍ୟ, ବିଧାୟକ, ଅତାବିରା ଶ୍ରୀ ନିହାର ରଞ୍ଜନ ମହାନନ୍ଦ ଏବଂ ବିଧାୟକ, ବରଗଡ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ଜିଲ୍ଲାରେ ସୁଭଦ୍ରା ଯୋଜନାର ସଫଳତାକୁ କହିବା ସହ ଆର୍ଥିକ ଅଭାବରୁ ଯେଉଁ ମା’ ମାନେ ନିଜ ସ୍ୱପ୍ନକୁ ଛାଡ଼ିବାକୁ ବାଧ୍ୟ ହେଉଛନ୍ତି, ସେମାନଙ୍କ ପାଇଁ ଆଶାର କିରଣ ସାଜିଛି ‘ସୁଭଦ୍ରା’ ବୋଲି କହିଥିଲେ।