ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି,ତା. ୧୦.୦୩.୨୦୨୫
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପୋରିଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଶ୍ରୀ ପୃଥ୍ବୀରାଜ ମଣ୍ଡଳ, ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପୋରିଡ଼ା ଗ୍ରାମ ପଞ୍ଚାୟତ ସମେତ ଗାଇବା, ବୃଭ ଓ ବାଇଝଳା ପଞ୍ଚାୟତର ସମୁଦାୟ ମୋଟ- ୭୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୪ ଅଭିଯୋଗ ଆସିଥିଲା ,ସେଥିମଧ୍ୟରୁ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।