କେନ୍ଦୁଝରରେ 5T ସଚିବ
କେଉଁଝର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଭି କେ ପାଣ୍ଡିଆନ୍ ଆଜିଠୁ ଦୁଇ ଦିନିଆ କେଉଁଝର ଗସ୍ତରେ ଯାଇଛନ୍ତି। 5ଟି ସଚିବ ଆଜି ପାଟଣା, ଚମ୍ପୁଆ, ଯୋଡ଼ା ବ୍ଲକ ଓ କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତକରି ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ବହୁସଂଖ୍ୟକ ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଖଣି ସମୃଦ୍ଧ ବଡବିଲ ର ପ୍ରଦୂଷଣ ଓ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ଖୁବ୍ ଶୀଘ୍ର ୧୪୦୦ କୋଟି ଟଙ୍କାର ବଡବିଲ ରିଂ ରୋଡ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ବିଷୟରେ ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।
(ସୋମେଶ ପରିଡ଼ା ଙ୍କ ରିପୋର୍ଟ)