November 26, 2024

ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଘୋଷିତକଥାଶିଳ୍ପୀ ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ‘ଉକଳ ରତ୍ନ’ବରିଷ୍ଠ ସାମ୍ବାଦିକ ରବି ରଥ ପାଇବେ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ୱାଦିକତା ସମ୍ମାନ’

Share

 

ପାରଳାଖେମୁଣ୍ଡି:୧୦/୯(ଗରୁଡ ଧ୍ଵଜ ଚୌଧୂରୀ) ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟଙ୍କୁ ଚଳିତବର୍ଷ ଅନୁଷ୍ଠାନର ସର୍ବୋଚ୍ଚ ସମ୍ମାନ ‘ଉତ୍କଳ ରତ୍ନ’ ପ୍ରଦାନ କରାଯିବ। ଅନ୍ୟମାନଙ୍କ ମଧ୍ୟରେ କୃପାସାଗର ସାହୁଙ୍କୁ ‘ଶୁକଦେବ ସାହୁ ଉପନ୍ୟାସ ସମ୍ମାନ, ରବି ସ୍ବାଇଁଙ୍କୁ ‘ଫକୀରମୋହନ କ୍ଷୁଦ୍ରଗଳ୍ପ ସମ୍ମାନ, ଡ. ବୈଜୟନ୍ତୀ ମିଶ୍ରଙ୍କୁ ‘ରାମଚନ୍ଦ୍ର ମିଶ୍ର ନାଟକ ସମ୍ମାନ”, ଡାକ୍ତର ପ୍ରସନ୍ନ କୁମାର ରାଠୋରଙ୍କୁ ‘ପ୍ରାଣକୃଷ୍ଣ ପରିଜା ବିଜ୍ଞାନ ସାହିତ୍ୟ ସମ୍ମାନ, ଦୁର୍ଗାଚରଣ ଷଡ଼ଙ୍ଗୀଙ୍କୁ ‘ଗଙ୍ଗାଧର ମେହେର କବିତା ସମ୍ମାନ’, ଡ. ବେଣୁଧର ପାଢୀଙ୍କୁ ‘ଗୋପୀନାଥ ନନ୍ଦ ପ୍ରବନ୍ଧ -ସମାଲୋଚନା ସାହିତ୍ୟ ସମ୍ମାନ, ଡ. ରାଜକିଶୋର ପାଢୀଙ୍କୁ ‘ରାମକୃଷ୍ଣ ନନ୍ଦ ଶିଶୁ-ସାହିତ୍ୟ ସମ୍ମାନ, ନମ୍ରତା ଦାସଙ୍କୁ ‘ବୈଷ୍ଣବ ପାଣି କଳା ସମ୍ମାନ, କ୍ଷୀରୋଦ ପରିଡ଼ାଙ୍କୁ ‘ପ୍ରଫୁଲ୍ଲ ଦାସ ଅନୁବାଦ ସାହିତ୍ୟ ସମ୍ମାନ, ଡ, ସଂଗୀତା ରଥଙ୍କୁ ‘ରାଧାନାଥ ରଥ ସମ୍ବାଦ ସାହିତ୍ୟ ସମ୍ମାନ, ଡ. ଶାନ୍ତନୁ କୁମାର ରଥଙ୍କୁ ‘ଗୋବିନ୍ଦ ନାରାୟଣ ଆଧ୍ୟାତ୍ମିକ ସାହିତ୍ୟ ସମ୍ମାନ, ଡ. ତୁଳସୀ ଓଝାଙ୍କୁ ‘ବସନ୍ତ କୁମାରୀ ଦେବୀ ଲେଖୁ ସମ୍ମାନ, ଗୌରାଙ୍ଗ ଚରଣ ପରିଡ଼ାଙ୍କୁ ‘ବିଦ୍ୟାଧର ମିଶ୍ର ଜୀବନୀ ସାହିତ୍ୟ ସମ୍ମାନ, ନବୀନର ସମ୍ପାଦକ ରବି ରଥଙ୍କୁ ‘ଉଦୟନାଥ ଷଡ଼ଙ୍ଗୀ ସାମ୍ବାଦିକତା ସମ୍ମାନ, ରତ୍ନାକର ବେହେରା( ସର୍ବଗିଳା) ଙ୍କୁ ‘ନୀରଦପ୍ରଭା ହାସ୍ୟବ୍ୟଙ୍ଗ ସମ୍ମାନ, ରମା ଦେବୀଙ୍କୁ ‘ବିଶ୍ଵନାଥ ମିଶ୍ର ଆତ୍ମଜୀବନୀ ସମ୍ମାନ, ଯୋଗାନନ୍ଦ ସାହୁଙ୍କୁ ‘ନବରୂପା ରାଜ ଗୀତିକବିତା ସମ୍ମାନ, ରାମହରି ଦାସଙ୍କୁ ‘କବିଚନ୍ଦ୍ର ସଂଗୀତଗୁରୁ ସମ୍ମାନ, ଦେବାଶିଷ ମହାପାତ୍ରଙ୍କୁ ଭିକାରୀ ବଳ କଣ୍ଠଶିଳ୍ପୀ ସମ୍ମାନ, ସତ୍ୟନାରାୟଣ ମିଶ୍ରଙ୍କୁ ‘ବିକ୍ରମ ଦାସ ଭ୍ରମଣ କାହାଣୀ ସମ୍ମାନ, ସତ୍ୟନାରାୟଣ ଗନ୍ତାୟନ୍ତଙ୍କୁ ‘ପ୍ରଭା ପଟେଲ ରମ୍ୟରଚନା ଓ ଲଳିତ ନିବନ୍ଧ ସମ୍ମାନ, ନଗେନ୍ଦ୍ରନାଥ ସ୍ବାଇଁଙ୍କୁ ‘ବ୍ରହ୍ମାନନ୍ଦ ପଣ୍ଡା ସାଂସ୍କୃତିକ ସଂଗଠକ ସମ୍ମାନ ଚିତ୍ତରଂଜନ ଚିରଞ୍ଜିତଙ୍କୁ ‘କୈଳାସ ଚନ୍ଦ୍ର ସିଂହ ଯୁବ ସାରସ୍ଵତ ସମ୍ମାନ, ଉମେଶ ପ୍ରସାଦ ସାହୁ (ଭାରତଭାରତୀ)ଙ୍କୁ ‘ଦେବବ୍ରତ କର ପ୍ରକାଶକ ସମ୍ମାନ ଡ. ଗୋପବନ୍ଧୁ ମହାନ୍ତିଙ୍କୁ ‘ନିରଞ୍ଜନ ଦାସ ଭାଷା ସମ୍ମାନ ଶୈଳରାଣୀ ମିଶ୍ରଙ୍କୁ ‘ବାଗ୍ମୀ ବିଶ୍ଵନାଥ କର ସମ୍ପାଦନା ସମ୍ମାନ ଓ ବିଜୟ କୁମାର ପ୍ରଧାନଙ୍କୁ ‘ସୁନାମଣି ସାମଲ ଚିତ୍ରଶିଳ୍ପୀ ସମ୍ମାନ ପ୍ରଦାନ କରାଯିବ। ବିଚାରକମାନଙ୍କ ଚୂଡ଼ାନ୍ତ ରାୟ ଅନୁଷ୍ଠାନର ସଭାପତି ଡ. ଗୋବିନ୍ଦ ଚନ୍ଦ୍ର ଚାନ୍ଦଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟନିର୍ବାହିକା ସମିତି ବୈଠକରେ ଏହି ନିଷ୍ପତ୍ତି ଗୃହୀତ ହୋଇଛି। ଏହି ପୁରସ୍କାରଗୁଡିକ ଚଳିତମାସ 22 ତାରିଖ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ଉତ୍କଳ ସାହିତ୍ୟ ସମାଜର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ପ୍ରଦାନ କରାଯିବ। ଏହି ବାର୍ଷିକ ସମାବର୍ତ୍ତନ ଉତ୍ସବ ସେପ୍ଟେମ୍ବର 21 ତାରିଖ ଶନିବାର ଉଦ୍‌‍ଘାଟନ ହେବ ଏବଂ ସେପ୍ଟେମ୍ବର 22 ତାରିଖ ଅପରାହ୍ନ 3ଟା 30ମିନିଟ୍‌‍ ସମୟରେ ସାଧାରଣ ଅଧିବେଶନ ଓ ସାଙ୍ଗଠନିକ ଆଲୋଚନା ସଭା ଅନୁଷ୍ଠିତ ହେବ ବୋଲି ସାଧାରଣ ସମ୍ପାଦକ ଆଦିତ୍ୟ ପ୍ରତାପ ଧଳ, ସଙ୍ଗଠନ ସମ୍ପାଦକ ସୁନାମଣି ରାଉତ ଜଣାଇଛନ୍ତି

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.