November 26, 2024

ବୁଗୁଡ଼ାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ 

Share

 

ବୁଗୁଡା : ତା ୧୦/୦୯/୨୪ : ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାଳୟ ପରିସରସ୍ଥ ବ୍ଲକ୍ ମିଶନ୍ ଶକ୍ତି ଭବନରେ ସ୍ବର୍ଗତ ସମାଜସେବୀ ମନୋଜ କୁମାର ଚୌଧୁରୀଙ୍କ ସ୍ମୃତିରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଚଡ଼ିଏଫସି ବ୍ଯାଙ୍କ ସହଯୋଗରେ ରୀନା ଚୌଧୁରୀଙ୍କ ଦ୍ୱାରା ଆୟୋଜିତ ଉକ୍ତ ଶିବିର ଅବସରରେ ୬୦ ଜଣ ବ୍ଯକ୍ତି ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ଭଞ୍ଜନଗର ବ୍ଲଡ ବ୍ଯାଙ୍କ ପକ୍ଷରୁ ବିପିନ ବିହାରୀ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ଟିମ୍ ଉକ୍ତ ଶିବିରରେ ପହଞ୍ଚି ସ୍ବେଚ୍ଛାକୃତ ରକ୍ତଦାତାଙ୍କଠାରୁ ରକ୍ତ ସଂଗ୍ରହ କରିଥିଲେ । ଏହି ଶିବିର ପରିଚାଳନାରେ ଟି.ସୁଦର୍ଶନ ପାତ୍ର, ଏଚଡ଼ିଏଫସି ବ୍ଯାଙ୍କ ଅପରେସନ ମ୍ଯାନେଜର ସୁଶାନ୍ତ ପଟ୍ଟନାୟକ, ବ୍ଲକ ମିଶନ ଶକ୍ତି ସଭାନେତ୍ରୀ ନିଳାଦ୍ରୀ ମହାପାତ୍ର ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.