November 26, 2024

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

Share

 

ରାୟଗଡ: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ହରିଶ ବି. ସି,ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀ ନିହାର ରଞ୍ଜନ କହଁର, ଉପଜିଲ୍ଲାପାଳ ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ,ସମିତି ଅଧ୍ୟକ୍ଷ, କଣ୍ଠମାଝି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଡାକ୍ତର ଲାଲ ମୋହନ ରାଉତରାୟ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

ଆଜି ମୋଟ ୧୦୨ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୮୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ

୧୯ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୧୦ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ହଜାର ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଛନ୍ତି l ୮ଗୋଟି ସ୍ୱୟଂ ସହାୟକ ଗୋଷ୍ଠୀ ୮ଲକ୍ଷ୍ୟ ୫୦ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ l

ଜିଲ୍ଲାପାଳ ୯ଟି ଅଭିଯୋଗ ତତକ୍ଷଣତ ଫଇସଲା କରିଛନ୍ତି l ଏହାପରେ ଜିଲ୍ଲାପାଳ କଡ଼lପlଡି ପଂଚାୟତରେ ପଲ୍ଲୀରୁ ପ୍ରଶାସନ କାର୍ଯ୍ୟକ୍ରମରେ ଯୋଗଦେଇ ବିଭନ୍ନ ସହାୟତା ପ୍ରଦାନ କରିଥିଲେ

ଓ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଅନୁଧ୍ୟାନ କରିଥିଲେ l

ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଭାରତ ଭୂଷଣ ବିଶ୍ୱାଳଙ୍କ, ପିଡି ୱାଟରସେଡ ଡ଼ଃ ଦୟାନିଧି ବାଗ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁମନ ସିଂହ ପଟ୍ଟନାୟକ, ଉଦ୍ୟାନ କୃଷି ଉପନିର୍ଦେଶକ ଦୟାନିଧି ରାଉତ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର,ଜିଲ୍ଲାସାମାଜ କଲ୍ୟାଣ ଅଧିକାରୀ ପ୍ରତିମା ପ୍ରଧାନ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ବସନ୍ତ ପ୍ରଧାନ,ଜିଲ୍ଲା ମତ୍ସ୍ଯ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅlଲେନୁର,ଜିଲ୍ଲା ଦକ୍ଷତା ବିକାଶ ତଥା କର୍ମ ନିୟୋଜନ ଅଧିକାରୀ ତତ୍ତ୍ୱମୋସୀ ମହାପାତ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଦାଶରଥି ସୋରେନ, ଜିଲ୍ଲା ଅବକାରୀ ଅଧିକ୍ଷକ ସୁଶାନ୍ତ ଧଳ ସାମନ୍ତ,ସମେତ କାଶୀପୁର ବିଡ଼ିଓ ଅମୃତ ଲାଲ,ତହସିଲଦାର ଏବଂ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ | ସେହିପରି ଜିଲ୍ଲା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ଓ଼ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.