November 13, 2024

ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ… 

Share

ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀବରାଜ ମଣ୍ଡଳ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଶୁଣାଣୀ କରିଥିଲେ ।

ଏହି ଶୁଣାଣୀ କାର୍ଯ୍ୟକ୍ରମରେ ପାର୍ତ୍ତଡ଼ା ଗ୍ରାମ ପଞ୍ଚାୟତ ସମେତ ଖରଡ଼ା , ରାଣୀପେଣ୍ଠ ଓ ସିଦ୍ଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୭୩ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା ।

ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦୩ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୬୮ ଗୋଟି ଆସିଥିଲା । ଆସିଥିବା ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା ,ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା ,ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀମତୀ ବି:ସାୟାମା- ଅଧ୍ୟକ୍ଷା , ପଞ୍ଚାୟତ ସମିତି କାଶୀନଗର , ବିଡ଼ିଓ: ଶ୍ରୀ ଡମ୍ବରୁ ଧର ମଲ୍ଲିକ , ତହସିଲଦାର ଶ୍ରୀ ଅଶୋକ କୁମାର ପ୍ରଧାନ , ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କୁମାରୀ ରଇତ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

——————————————— ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

———————————————