March 10, 2026

ଓଡ଼ିଶାରେ ଚାଲିବ ୩ଟି ନୂତନ ବନ୍ଦେ ଭାରତ ଟ୍ରେନ :ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ର ରେଳମନ୍ତ୍ରୀ 

IMG-20240910-WA0051
Share

 

ଭୁବନେଶ୍ୱର,(ରାଜାରାମ ଷଡ଼ଙ୍ଗୀ):ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମ ରେ ଅନୁରୋଧ କରିଛନ୍ତି।

 

ସୂଚନା ଯୋଗ୍ୟ ଯେ, ଚଳିତ ମାସ ୧୫ ତାରିଖରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ 3ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

 

 

ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ଟି ଟ୍ରେନ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦,୫୮୬କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି । ଏଥିରୁ, ଓଡିଶାର ରେଳ ଭିତ୍ତିଭୂମି ଓ ଗମନାଗମନ ବ୍ୟବସ୍ଥାର ଉନ୍ନତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକ ସମର୍ଥନ ସ୍ପଷ୍ଟ ଅନୁମେୟ।

 

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।