May 14, 2026

ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଶିବିର

IMG-20260511-WA0047
Share

 

ଲକ୍ଷ୍ମୀପୁର ତା୧୧.୦୫.୨୦୨୬ରିଖ କୋରାପୁଟ ଜିଲ୍ଲା ପ୍ରଶାସନ ତରଫରୁ ଲକ୍ଷ୍ମୀପୁର ବ୍ଲକ କାର୍ଯ୍ୟାଳୟ ସଭା ଗୃହ ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ଏଥିରେ ମୋଟ ୨୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ୮ ଟି ଓ ଗୋଷ୍ଠୀଗତ ସମସ୍ୟାର ୧୩ ଟି ଅଭିଯୋଗର ଶୁଣାଣି କରାଯାଇଛି I ଗୋଟିଏ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଲକ୍ଷ୍ମୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆମ୍ବିତ ମହାନ୍ତି ,ଉପଜିଲ୍ଲାପାଳ ପ୍ରେମ ଲାଲ୍ ହିଆଲ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର,ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼.ଶିବ ସାଇ ସ୍ୱରୂପ,ଲକ୍ଷ୍ମୀପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଆଇ କୁଲେଶିକା ଓ ତହସିଲଦାର ନୈବେଦ୍ୟ ଭୋଇ ପ୍ରମୁଖ ଉପସ୍ଥିତ ଥିବା ବେଳେ ପ୍ରତ୍ୟେକ ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର