ଜୟପୁରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଜନସାଧାରଣଙ୍କ ୯୬ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

ଜୟପୁର, ୧୦.୦୮.୨୦୨୬: ଜୟପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି କୋରାପୁଟ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।
ଏହି ଶୁଣାଣିରେ ମୋଟ ୯୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୬ଟି ଗୋଷ୍ଠୀଗତ ଓ ୮୦ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଆର୍ଥିକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟ, ରାସ୍ତା ଓ ଯାତାୟାତ, ବିଦ୍ୟୁତ ସରବରାହ ଆଦି ବିଭିନ୍ନ ସମସ୍ୟା ନେଇ ଜନସାଧାରଣ ଅଭିଯୋଗ ଉପସ୍ଥାପନ କରିଥିଲେ।
ଜିଲ୍ଲାପାଳ ଶ୍ରୀ ମହାଜନ ଅଭିଯୋଗକାରୀମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।
ଶୁଣାଣିରେ କୋରାପୁଟ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରୋହିତ ବର୍ମା, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କୋରାପୁଟ ଶ୍ରୀ ବେଣୁଧର ସବର,ପି ଏ ଆଇ ଟି ଡ଼ି ଏ ତୃପ୍ତି ବରେଇ.ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀମତୀ ଯୋଶଦା ଗାଦବା.ଉପଜିଲ୍ଲାପାଳ, ଜୟପୁର ଶ୍ରୀ ଯଦୁମଣି ନାଏକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ, ଜୟପୁର ସୁଶ୍ରୀ ଅର୍ଚିତା ମିତ୍ତଲ, ଜିଲ୍ଲା ବନ ଅଧିକାରୀ ଶ୍ରୀ ରାଜେଶ ପଟେଲ, ପ୍ରଶିକ୍ଷଣାଧୀନ ଅଧିକାରୀ, କୋରାପୁଟଂକ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର.
