November 26, 2024

ଉପଜିଲ୍ଲାପାଳଙ୍କ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର ପରିଦର୍ଶନ..

Share

ପାରଳାଖେମୁଣ୍ଡି,ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ନିର୍ଦ୍ଧେଶ କ୍ରମେ ଆଜି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନୁପ ପଣ୍ଡା ନୂଆଗଡ ବ୍ଲକ୍ ର ଏନ୍.ଝାଲାରସିଂ, କିରାମା ଓ ଅନୁଗୁର ସମେତ ଅନ୍ୟ ଜନ ସେବା କେନ୍ଦ୍ର ଏବଂ ମୋ ସେବା କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ । ସୁଭଦ୍ରା ଯୋଜନାର ଆବେଦନ ଫର୍ମର ସ୍ଥିତି ଅନୁଧ୍ୟାନ କରିବା ଏବଂ ଜନସାଧାରଣଙ୍କୁ ସାମଗ୍ରିକ ସେବା ପ୍ରଦାନ କରିବା ପାଇଁ ସମସ୍ତ ଜନସେବା କେନ୍ଦ୍ରର ପରିଚଳକ ମାନଙ୍କୁ ଅନୁରୋଧ କରିଥିଲେ । ଏହି ଗସ୍ତ ସମୟରେ ଉପଜିଲ୍ଲାପାଳ ବ୍ୟକ୍ତି ଗତ ଭାବେ କେନ୍ଦ୍ରଗୁଡ଼ିକରେ ଉପସ୍ଥିତ ହିତାଧିକାରୀଙ୍କ ସହ ଆଲୋଚନା କରି ଆବେଦନ ପ୍ରକ୍ରିୟା ଏବଂ ପ୍ରଦାନ କରାଯାଉଥିବା ସେବା ସମ୍ପର୍କରେ ପ୍ରତ୍ୟକ୍ଷ ହିତାଧିକରୀଙ୍କ ସହିତ ଆଲେଚନା କରିଥିଲେ । ସୁଭଦ୍ରା ଯୋଜନାର ସଫଳ ରୂପାୟନ ରେ ସେମାନଙ୍କର ଭୂମିକାର ଗୁରୁତ୍ବ ଉପରେ କେନ୍ଦ୍ର ପରିଚାଳକମାନଙ୍କୁ ଉପଜିଲ୍ଲାପାଳ ବୁଝାଇ ଥିଲେ ଓ ଆବଶ୍ୟକ ଦସ୍ତାବିଜ ଉପରେ ଆବେଦନକାରୀଙ୍କୁ ସ୍ପଷ୍ଟ ମାର୍ଗଦର୍ଶନ, ସଠିକ ସମୟରେ ପ୍ରକ୍ରିୟା କରଣ ଏବଂ ସମସ୍ତ କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖ୍ କେନ୍ଦ୍ର ଗୁଡିକୁ ଆସୁଥିବା ହିତାଧିକାରୀମାନେ ଯେମିତି ସଠିକ ଭାବେ ସୁଭଦ୍ରା ପୋର୍ଟାଲ ରେ ପଞ୍ଜିକରଣ କରିବେ ସେଥି ପ୍ରତି ଧ୍ୟାନ ଦେବା ପାଇଁ କେନ୍ଦ୍ରର କର୍ମଚାରୀମାନଙ୍କୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଯଦି କୌଣସି ଜନ ସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର କାର୍ଯ୍ୟରେ ଅବହେଳା କିମ୍ବା ଅନିୟମିତତା କଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.