November 26, 2024

ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ବିୟୋଗରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର ଶୋକ

Share

ବ୍ରହ୍ମପୁର,ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ 95 ବର୍ଷରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ରବିିବାର ଅପରାହ୍ନରେ ନବୀନ ଭବନ ପରିସରରେ ନବୀନ ପାଠାଗାର ସାହିତ୍ୟ ପ୍ରତିଷ୍ଠାନ ପକ୍ଷରୁ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ନବୀନର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ରବି ରଥଙ୍କ ଆବାହକତ୍ଵରେ ଅନୁଷ୍ଠିତ ସଭାରେ ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି ବରିଷ୍ଠ କବି କୃଷ୍ଣଚନ୍ଦ୍ର ତ୍ରିପାଠୀ, ଉପଦେଷ୍ଟା ଡ. ଡମ୍ବରୁଧର ସାହୁ, ସମାଜସେବୀ ରାମକୃଷ୍ଣ ପାତ୍ର, ଆସିକା ବିଜେଡି ନେତା ବଂଶୀଧର ନାହାକ, ନବୀନର ପ୍ରକାଶିକା ମଞ୍ଜୁ ରଥ, ସମ୍ପାଦକ ସୁଶାନ୍ତ କୁମାର କର, ଇଂ.ମାନସ ରଞ୍ଜନ ତ୍ରିପାଠୀ, ସାମ୍ୱାଦିକ ପବିତ୍ର କୁମାର ଚୌଧୁରୀ, ଶିକ୍ଷାବିତ୍‌‍ ରଂଜନ କୁମାର ସାହୁ ପ୍ରମୁଖ ଯୋଗଦେଇ ଦିବଂଗତ ହୋତାଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋଚନା କରିଥିଲେ । ସ୍ଵର୍ଗତ ହୋତା ଭାରତୀୟ ରେଳ ସେବାରୁ ଅବସର ନେଇଥିଲେ । ଦୈନିକ ଖବରକାଗଜ ‘ସମୟ’ର ମଧ୍ୟ ସେ ସଂପାଦକ ଥିଲେ । 1929 ମସିହାରେ ମୟୂରଭଞ୍ଜର ଜଗନ୍ନାଥଖୁଣ୍ଟାରେ ସାତକଡ଼ି ହୋତା ଜନ୍ମଗ୍ରହଣ କରିଥିଲେ। ଶତାଧିକ ପୁସ୍ତକର ସେ ରଚୟିତା ଥିଲେ। ସାତକଡ଼ିଙ୍କର 27ଟି ଗଳ୍ପ, 21ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। କବିତାରୁ ସେ ନିଜ ସାହିତ୍ୟ ସର୍ଜନା ଆରମ୍ଭ କରିଥିଲେ।

(ସୁଶାନ୍ତ କର)
ସମ୍ପାଦକ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.