April 25, 2026

ଶିଶୁ ଶ୍ରମିକ ନିରୋଧ ଦିବସ ଊପଲକ୍ଷେ ସଚେତନତା ରଥ

IMG-20250612-WA0066
Share

 

 

ଅନୁଗୋଳ :- ତା.୧୨.୦୬: – ଜିଲ୍ଲା ପ୍ରଶାସନ ଓ ଶ୍ରମ ବିଭାଗ ପକ୍ଷରୁ ବିଶ୍ବ ଶିଶୁ ଶ୍ରମିକ ନିରୋଧ ଦିବସ ଉପଲକ୍ଷେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥକୁ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ,ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧ୍ବକାରୀ ଶ୍ରୀ ଦେବଦତ୍ତ ମହନ୍ତ, , ଜିଲ୍ଲା ପରିଷଦର – ଅତିରିକ୍ତ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପଦ୍ମନାଭ ସାମନ୍ତରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡନାୟକ ଓ ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ଶ୍ରୀ ଯଯାତି ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ । ଏହି ସଚେତନତା ରଥ ଅନୁଗୋଳ ଊଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଆୟୋଜିତ ହୋଇଥିବା ‘ବିକାଶ ମେଳା’ ଠାରୁ ବାହାରି ସହର ପରିକ୍ରମା କରି ଜିଲ୍ଲାର ସମସ୍ତ ବ୍ଲକ୍, ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ବୁଲି ଶିଶୁମାନଙ୍କୁ ଶ୍ରମିକ ଭାବେ କୌଣସି କାର୍ଯ୍ୟରେ ନିୟୋଜିତ ନ କରିବାକୁ ଲୋକମାନଙ୍କୁ ସଚେତନ କରାଇବ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଯୁଗ୍ମ ଶ୍ରମ ଆୟୁକ୍ତ ଶ୍ରୀ କୁବେର ବେହେରା, ପ୍ରଭାଗୀୟ ଶ୍ରମ ଆୟୁକ୍ତ ଇତିଶ୍ରୀ ଗାଗରାଇ, ଜିଲ୍ଲା ଶ୍ରମ ଅଧିକାରିଣୀ (କଲ୍ୟାଣ) ଶ୍ରୀମତୀ ଲିରିକା ରାୟ, ଜିଲ୍ଲା ଶ୍ରମ ଅଧିକାରିଣୀ (ପ୍ରବର୍ତ୍ତନ) ଶ୍ରୀମତୀ ପ୍ରିୟମ୍ବଦା ସ୍ବାଇଁ, ସହକାରୀ ଶ୍ରମ ଅଧିକାରୀ ଶ୍ରୀ ଦେବ ପ୍ରସାଦ ମହାନ୍ତି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଗୌରୀ ଶଙ୍କର ବେହେରାଙ୍କ ସମେତ ଶ୍ରମ ବିଭାଗର କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

 

 

ଅନୁଗୋଳ ରୁ ଅଜିତ୍ କୁମାର ଭୋଇ

You may have missed