November 26, 2024

ସୁଭଦ୍ରା ଯୋଜନାର ଆବେଦନ ପ୍ରକ୍ରିୟାକୁ ତଦାରଖ ନିମନ୍ତେ ଜିଲ୍ଲାପାଳ ଜନସେବା କେନ୍ଦ୍ର ପରିଦର୍ଶନ l

Share

 

ରାୟଗଡ: ସୁଭଦ୍ରା ଯୋଜନାର ସଫଳ ରୂପାୟନ ଓ ସୁନିଶ୍ଚିତ କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ପ୍ରୟାସ ଜାରିରହିଛି l ଯୋଜନାର ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ରାୟଗଡ ସହର ଓ ରାମନାଗୁଡ଼ା ବ୍ଲକର ବିଭିନ୍ନ ଜନସେବା କେନ୍ଦ୍ର ଅଚାନକ ପରଦର୍ଶନ କରିଥିଲେ l ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ନିଜେ ବ୍ୟକ୍ତିଗତ ଭାବେ ଆବେଦନ ପାଇଁ ଆସିଥିବା ମହିଳା ଓ ଜନସେବା କେନ୍ଦ୍ର ଦାୟିତ୍ୱରେ ଥିବା କର୍ତୃପକ୍ଷଙ୍କ ସହିତ ଆଲୋଚନା କରିଥିଲେ l ଆବେଦନ କରି ଯେପରି ଅସୁବିଧା ନହୁଅନ୍ତି ସେଥିପ୍ରତି ଧ୍ୟାନଦେବାକୁ କେନ୍ଦ୍ର ଦାୟିତ୍ୱରେ ଥିବା ପରିଚlଳକଙ୍କୁ କହିଥିଲେ l ଜିଲ୍ଲାପାଳଙ୍କ ସହିତ ରାୟଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମୂଲ୍ୟ ସାହୁ, ପୌର ନିର୍ବାହୀ ଅଧିକାରୀ,ସୌମ୍ୟରଞ୍ଜନ ମିଶ୍ର,ସିଡିପିଓ ରାୟଗଡ ମିନାକ୍ଷୀ ଦାଶ ଆଦି ଉପସ୍ଥିତ ଥିଲେ l

ସେହିପରି ଜିଲ୍ଲାର ବିଭିନ୍ନ ଅଂଚଳରେ ଆବେଦନ ପ୍ରକ୍ରିୟାକୁ ତଦାରଖ କରିବା ନିମନ୍ତେ ଜିଲ୍ଲାପାଳ ଆଦେଶ କ୍ରମେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କୁ ଜିଲ୍ଲାର ଵିଷମକଟକ, ମୁନିଗୁଡା ବ୍ଲକକୁ ତଦାରଖ କରିଥିଲେ l ସିଡିଓ ତଥା ଇଓ ଜ଼ିଲ୍ଲାପରିଷଦ କଳନlରl ଓ ଗୁଣୁପୁର ବ୍ଲକ ଓ ଗୁଣୁପୁର ପୌରପରିଷଦର ବିଭିନ୍ନ ଜନସେବା କେନ୍ଦ୍ର, ମୋ ସେବା କେନ୍ଦ୍ର ବୁଲି ଅନୁଧ୍ୟାନ କରିଥିଲେ l ସେହିପରି ଗୁଣୁପୁର ଉପଜିଲ୍ଲାପାଳ ପଦ୍ମପୁର, ଗୁଡ଼ାରୀ ବ୍ଲକ ଓ କଲ୍ୟାଣ ସିଂପୁର ବ୍ଲକ ତଦାରଖ କରିଥିଲେ l

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.