November 26, 2024

ଗଜପତି:- ପିଏମ୍-ଜନମନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ।

Share

 

ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ସୌରା ଉନ୍ନୟନ ସଂସ୍ଥା , ଚନ୍ଦ୍ରଗିରି ଓ ବିଭିନ୍ନ ସରକାରୀ ବିଭାଗର ମିଳିତ ଆନୁକୁଲ୍ୟରେ ଆର .ଉଦୟଗିରି ତହସିଲ ଅଧିନସ୍ଥ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପ୍ରଧାନ ମନ୍ତ୍ରୀ ଜନମନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯକ୍ରମ ରେ ବିଭିନ୍ନ ବିଭାଗ ଦ୍ଵାରା ପଞ୍ଚାୟତର ସୌରା ଆଦିମ ଅଧିବାସୀ PVTG ମାନଙ୍କୁ ବିଭିନ୍ନ ମୌଳିକ ସୁବିଧା ପ୍ରଦାନ ପାଇଁ ପ୍ରଚେଷ୍ଟା କରାଯାଇ ସଚେତନତା କରା ଯାଇଥିଲା । ଏଥି ମଧ୍ୟରେ ତହସିଲ କାର୍ଯ୍ୟାଳୟ ତରଫରୁ ମୋଟ ୨୧ ଜଣ ହିତାଧିକାରୀଙ୍କୁ ମୋ ଜଙ୍ଗଲ ଜମି ଯୋଜନା ରେ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯିବା ସହ ଅନ୍ୟ ପ୍ରମାଣ ପତ୍ର ମଧ୍ଯ ପ୍ରଦାନ କରା ଯାଇଥିଲା ।ଏହି କାର୍ଯ୍ୟକ୍ରମରେ ତହସିଲଦାର ଉଦୟଗିରି ଶ୍ରୀ ଜ୍ୟୋତିର୍ମୟ ଦାସ , ଶ୍ରୀ ବନମାଳି ଭୂୟାଁ-ସ୍ଵତନ୍ତ୍ର ଅଧିକାରୀ ଏସଡିଏ: ଚନ୍ଦ୍ରଗିରି , ବିଡ଼ିଓ ଶ୍ରୀ ଲାରିମନ୍ ଖର୍ସେଲ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଚିକିତ୍ସା ଅଧିକାରୀ ଶ୍ରୀମତୀ ନିବେଦିତା ପଣ୍ଡା , ସିଡ଼ିପିଓ: ଶ୍ରୀମତୀ ଲଳିତା ପୂଜାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମ କର୍ତ୍ତା ଓ ମାନେ ଉପସ୍ଥିତ ଥିଲେ ।

ଏହି ସଚେତନତା କାର୍ଯ୍ୟକ୍ରମରେ ସ୍ଥାନୀୟ ଜନସାଧାରଣ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ।

———————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି(ଗଜପତି)

———————————————

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.