March 10, 2026

ଝିଲିମିଣ୍ଡାରେ ମାତୃ ସମ୍ମିଳନୀ ପାଳନ

IMG-20250912-WA0113
Share

 

 

ସୁରେନ୍ଦ୍ର କଠାରଙ୍କ ରିପୋର୍ଟ

 

ଅଦ୍ୟ ତା.୧୨-୦୯-୨୦୨୫ରିଖ ଶୁକ୍ରବାର ଦିନ ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏ ଅବସରରେ ଶ୍ରୀମତୀ ଭଗବତୀ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳନ ପୂର୍ବକ ସମସ୍ତଙ୍କ ଶୁଭ କାମନା କରି ମାଆ ମାନଙ୍କର ଦାୟିତ୍ବ ବିଷୟରେ ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।ଶିଶୁ ବାଟିକା ପ୍ରମୁଖ ସୁଶ୍ରୀ କୁନ୍ତୀ ପ୍ରଧାନ ମାତୃ ସମ୍ମିଳନୀର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।କାର୍ଯ୍ୟକ୍ରମକୁ ଶ୍ରୀମତୀ ମଞ୍ଜରୀ କର୍ଣ୍ଣ ପରିଚାଳନା କରିଥିଲେ।ଶିଶୁ ଭଉଣୀମାନଙ୍କ ଦ୍ୱାରା ସ୍ବାଗତ ସଙ୍ଗୀତ ପରିବେଷିତ ହୋଇଥିଲା।ପରିଶେଷରେ ଶ୍ରୀମତୀ ବାସନ୍ତୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ ସାହାଯ୍ୟ ଓ ସହଯୋଗ କରିଥିଲେ।