September 12, 2026

ଗଜପତି:-ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତଯୋଗିତା – ୨୦୨୬ କାର୍ଯ୍ୟକ୍ରମ —————————

IMG-20260912-WA0100
Share

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାର ୭ଟି ବ୍ଲକ ସମେତ ପାରଳାଖେମୁଣ୍ଡି ଠାରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା – ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ହୋଇଯାଇଛି।

ଜିଲ୍ଲାର ବିଭିନ୍ନ ବ୍ଲକରୁ ମୋଟ ୧୧ଟି ଲୋକନୃତ୍ୟ ଦଳ ଅଂଶଗ୍ରହଣ କରି ନିଜର ନୃତ୍ୟକଳା ଓ ଲୋକ ସଂସ୍କୃତି ପ୍ରତିଭାର ଅପୂର୍ବ ଦୃଶ୍ୟ ପ୍ରଦର୍ଶନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ. ମାୟାଧର ସାହୁ ଯୋଗଦେଇ ଲୋକନୃତ୍ୟ ମାଧ୍ୟମରେ ଆମେ ନିଜ ସଂସ୍କୃତି ଓ ପରମ୍ପରାକୁ ସଂରକ୍ଷଣ କରିପାରିବା ଏବଂ ଏହା ଯୁବପିଢି ପାଇଁ ଏହା ଏକ ଉପଯୁକ୍ତ ପ୍ଲାଟଫର୍ମ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଶ୍ରୀ ଭାଗବତ ପାଢ଼ୀ , ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ ୱାଇ. କ୍ରିଷ୍ଣା ରାଓ , ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ପ୍ରଥମ ପର୍ଯ୍ୟାୟ ରେ ମଞ୍ଚାସିନ ରହିଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟର ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ. ଶଙ୍କର ପ୍ରସାଦ ମହାନ୍ତି , ଏନ:ସି:ଇ:ଆର:ଟି ଭୂବନେଶ୍ୱର , ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ. ମାୟାଧର ସାହୁ , ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍ . ଗିରିଧର , ଶ୍ରୀ ଭାଗବତ ପାଢ଼ୀ , ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ ୱାଇ. କ୍ରିଷ୍ଣା ରାଓ , ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇ ବିଜେତା ଦଳ ଗୁଡିକୁ ମାନପତ୍ର ଦେଇ ପୁରସ୍କୃତ କରିଥିଲେ।

ପ୍ରତିଯୋଗିତାରେ ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟ , ପାରଳାଖେମୁଣ୍ଡି ପ୍ରଥମ ସ୍ଥାନ , ଓ:ଏ:ଭି- ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଲିଙ୍ଗିପୁର୍, ଗୋଷାଣୀ ବ୍ଲକ ଦ୍ଵିତୀୟ ସ୍ଥାନ ଓ ସରକାରୀ ଉଚ୍ଚ ବିଦ୍ୟାଳୟ , ରାୟଗଡ଼ ତୃତୀୟ ସ୍ଥାନ ଅଧିକାର କରିଥିଲେ।

ବିଚାରକ ଭାବେ ଶ୍ରୀ ଆଦର୍ଶ କୁମାର ଦାସ ଓ ଶ୍ରୀମତୀ ବିନ୍ଦୁପ୍ରିୟା ବେହେରା ଦାୟିତ୍ୱ ନିର୍ବାହ କରିଥିଲେ।

ଶେଷରେ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ୱାଇ. କ୍ରିଷ୍ଣା ରାଓ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ , ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

—————————————–

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

—————————————–