November 15, 2024

ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ..

Share

    ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ବାଡେଗୁଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା ଯୋଗ ଦେଇ ବାଦେଗୁଡ଼ା ଗ୍ରାମ ପଞ୍ଚାୟତ ସମେତ ଚାନ୍ଦୀପୁଟ , ଲୁହାଗୁଡି ଓ ଶିକୁଳିପଦର ପଞ୍ଚାୟତର ସମୁଦାୟ ମୋଟ-୧୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୦ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୬୨ ଗୋଟି ଆସିଥିଲା । ଉଭୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ଦାସ ନିର୍ଦ୍ଦେଶ ଦେଇଥିଲେ।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ମୋହନା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ରାଜୀବ ଶବର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ , ତହସିଲଦାର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ , ସ୍ଥାନୀୟ ଜିଲ୍ଲାପରିଷଦ ସଭ୍ୟ , ସଭ୍ୟା , ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

———————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି(ଗଜପତି)

———————————————-