May 11, 2026

ବି କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ

IMG-20250113-WA0031
Share

 

 

ସୋରଡ଼ା, ୧୩/୦୧,ସୋରଡା ବ୍ଳକ୍ ବି କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ପ୍ରଧାନ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଵା ବେଳେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ରବୀନ୍ଦ୍ର ନାହାକ ମଞ୍ଚାସୀନ ଥିଲେ I ସଂସ୍କୃତ ଶିକ୍ଷକ ଶ୍ୟାମଘନ ଗୌଡ଼ ବେଦମନ୍ତ୍ର ପାଠ କରିଥିଲେ I କ୍ରୀଡ଼ା ଉତ୍ସବର ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ଶ୍ରୀ ନାହାକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ କାହ୍ନୁ ଚରଣ ପ୍ରଧାନ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ାର ମହତ୍ତ୍ୱ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ I କାର୍ଯ୍ୟକ୍ରମରେ 200 ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ I ଶିକ୍ଷକ ସମୀର କୁମାର ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ