ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
*ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
(ନବରଙ୍ଗପୁର ରୁ ଏମ୍ ଦିନା°ଶୁ ଆଚାରୀ ଙ୍କ ରିପୋର୍ଟ)
ନବରଙ୍ଗପୁର, ୧୩/୦୫/୨୩ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦ୍ଧେଶ କ୍ରମେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସଂଜୀବ ଦୁବେ ଗୋଟିଏ (୧) ଏମ.ଏ.ସି.ଟି. କେସ ଫଇସଲା କରି ଟ.୪୨,୫୦,୦୦୦/- ଟଙ୍କା କ୍ଷତିପୂରଣ ରାଶି ଧାର୍ଯ୍ୟ କରିଛନ୍ତି ଏବଂ ୨ ଗୋଟି Execution Petition କେସ ଫଇସଲା କରି ଟ.୫,୦୩,୭୨୬/- ରୁଣ ଆଦାୟ କରିଛନ୍ତି । ପରିବାର ବିଚାରବିଭାଗୀୟ ଜର୍ଜ ଡକ୍ଟର ମୁନରାନୀ ମିଶ୍ର ୦୯ ଗୋଟି ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି ସେଥିମଧ୍ୟରୁ (୧) ଗୋଟିଏ କେସ ରେ ଆପୋଷ ମିଳାମିଶା କରାଇଛନ୍ତି । ବରିଷ୍ଟ ଦେବାନୀ ଜର୍ଜ ଶ୍ରୀମତୀ ଅନ୍ନପୂର୍ଣ୍ଣା ନାୟକ ୭ ଟି ବ୍ୟ।ଙ୍କ ଋଣ ଦେୟ ସମ୍ବଦ୍ଧିୟ ବିବାଦ ର ଫଇସଲା କରି ଟ.୬,୦୩,୭୭୨.୮୦ ଟଙ୍କା ରୁଣ ଆଦାୟ କରିଛନ୍ତି । ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ରାଜଶ୍ରୀ ଆର୍ଯ୍ୟବାଲା ତ୍ରିପାଠୀ ୨୫ ଟି ଫୌଜଦାରୀ ମକଦ୍ଦମା ର ଫଇସଲା କରିଛନ୍ତି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ସର୍ବମୋଟ ୧୨୩ ଗୋଟି କୋର୍ଟ କେସ ଓ ୧୦୦୭୬ ଗୋଟି ରାଜସ୍ୱ କେସ ର ଫଇସଲା କରାଯାଇ ଟ.୬,୬୬,୭୩୦/- ରାଜସ୍ୱ ଆଦାୟ କରାଯାଇଛି। ବ୍ୟାଙ୍କର ୪ ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୩୫,୦୦୦/- ରୁଣ ଆଦାୟ କରାଯାଇଛି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଅତିରିକ୍ତ ଜିଲ୍ଲା ଜର୍ଜ ଶ୍ରୀଯୁକ୍ତ ଶିବ ପ୍ରସାଦ ମିଶ୍ର ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।