November 26, 2024

ବାରିପଦା ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପ୍ରତାପପୁର ପଂଚାୟତ

Share

ବାରିପଦା
ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ପ୍ରତାପପୁର ପଂଚାୟତ ବନ୍ଧସାହି ଗ୍ରାମରେ ଏକ ଅଭାବନୀୟ ଘଟଣାରେ ଘଟିଯାଇଛି। ଶବର ପୋଡା ମାଂସ ଖାଇବାକୁ ନେଇ ପରିବାର ଲୋକଙ୍କ ସମେତ ଗ୍ରାମରେ ଉତେଜନା ପ୍ରକାଶ ପାଇଥିଲା। ମାଂସ ଖାଉଥିବା ଦୁଇ ଜଣକୁ ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ପୁଲିସ ଘଟଣା ସ୍ଥଳରେ ପହଂଚି ଲୋକଙ୍କୁ ବୁଝାସୁଝା କରିବା ସହ ଥାନାକୁ ଆଣି ପଚରାଉଚୁରା ଜାରି ରଖିଛି। ସୂଚନାଯୋଗ୍ୟ, ମଙ୍ଗଳବାର ବନ୍ଧସାହି ଗ୍ରାମର ଯୁବତୀ ମଧୁସ୍ମିତା ସିଂ(୨୫)ଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତର ମୃତ ଘୋଷଣା କରିବା ପରେ ପୁଲିସ ଏକ ଅପମୃତ୍ୟୁ ମାମଲା କେସ ନଂ ୪୦/୨୩ରେ ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ଡାକ୍ତରଖାନାକୁ ପଠାଯାଇଥିଲା।
ସେଠାରୁ ଶବ ବ୍ୟବଚ୍ଛେଦ ହୋଇ ଘରକୁ ଆଣିବା ପରେ ଶବ ସତ୍କାର ପାଇଁ ଗାଁ ମଶାଣୀକୁ ନେଇଥିଲେ। ଶବ ପୋଡା ଚାଲିଥିବା ସମୟରେ ଦୁଇ ଜଣ ଲୋକ ଶବର ପୋଡା ମାଂସକୁ ଆଣି ଖାଇବାକୁ ଲାଗିଥିଲେ। ଏହା ଦେଖି ପରିବାର ଲୋକେ ଉତ୍ୟକ୍ତ ହୋଇ ଦୁଇ ଜଣକୁ ଗାଁ ମୁଣ୍ଡରେ ଅଟକ ରଖିଥିଲେ ଏନେଇ ଉତ୍ୟକ୍ତ ଲୋକେ ମାଡ ମାରିବା ସହ ଗାମୁଛାରେ ବାନ୍ଧି ଆଣିଥିବା ମାଂସକୁ ଉଦ୍ଧାର କରିଥିଲେ। ଫଳରେ ଗ୍ରାମରେ ଉତେଜନା ପ୍ରକାଶ ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଂଚି ଥିଲା। ଏ ସଂକ୍ରାନ୍ତରେ ଆଇଆଇସି ସଞ୍ଜୟ କୁମାର ପରିଡା କହନ୍ତି, ଲୋକଙ୍କ ଅଭିଯୋଗକୁ ନେଇ ଦୁଇ ଜଣଙ୍କୁ ଅଟକ ରଖାଯାଇଛି। ନିଶାଶକ୍ତ ଅବସ୍ଥାରେ ଦୁଇ ଜଣ ଥିବା ବେଳେ ଘଟଣାର ତଦନ୍ତ ଜାରି ରହିଛି।
ଅଟକ ଦୁଇ ଅଭିଯୁକ୍ତ ହେଲେ ବଡସାହି ଥାନା ଅଧୀନ ଦାନ୍ତୁଣୀ ଗ୍ରାମର ସୁନ୍ଦର ମୋହନ ସିଂ(୫୮) ଓ ନରେନ୍ଦ୍ର ସିଂ(୨୫)। ସୁନ୍ଦର ମୋହନ ଗାଁରେ ଗୁଣିଆ ଭାବେ ଝଡାଫୁଙ୍କା କରନ୍ତି। ତେବେ ଗୁଣି ପାଇଁ ନୁହେଁ ମହୁଲି ମଦ ନିଶାରେ ଦରପୋଡା ମାଂସ ଖାଇଦେଇଥିବା ସ୍ବୀକାର କରିଛନ୍ତି। ପୁଲିସ ତଦନ୍ତ ଜାରି ରହିଛି।

ଦେବାଶିଷ ଦାଶ୍ କ୍କ ରିପୋର୍ଟ,,

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed