September 29, 2024

ନବାଗତ ରାଜନୀତି ବିଜ୍ଞାନ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

Share

ବୁଗୁଡ଼ା : ତା ୧୩/୧୦/୨୩ : ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ ଉପଲକ୍ଷେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ , ଅଧ୍ୟାପକ ଲୋକନାଥ ବେହେରା , ବିନୋଦ କୁମାର କର ଓ ସଞ୍ଜୟ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଶେଷ ବର୍ଷ ଛାତ୍ରୀ ପୂଜାରାଣୀ ଦାଶ ବିଭାଗର ରୂପରେଖ ଉପସ୍ଥାପନ କରିଥିଲେ । ଏ ଅବସରରେ ନବାଗତ ଛାତ୍ରଛାତ୍ରୀମାନେ ସ୍ବ ସ୍ବ ପରିଚୟ ପ୍ରଦାନ କରିଥିଲା ବେଳେ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ସେମାନଙ୍କ ଉଜ୍ଜ୍ବଳମୟ ଭବିଷ୍ୟତ କାମନା କରାଯାଇଥିଲା । ପରିଶେଷରେ ଛାତ୍ରୀ ମୌସୁମୀ ବିଷୋୟୀ ଧନ୍ୟବାଦ ଅର୍ପଣ କରିଥିଲେ ।