ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ
ପଇଡ ବିକ୍ରେତା ଶ୍ରୀଧରଙ୍କ ସହ
ସୁଖଦୁଃଖ ହେଲେ ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ l ଲୋକଙ୍କ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖ ସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଥିଲା ।
ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ

