April 30, 2026

କ୍ଷତ୍ରିୟବରପୁର ଉଚ୍ଚ ବିଦ୍ୟାଳୟରେ 78 ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ

IMG-20231213-WA0037
Share

କ୍ଷତ୍ରିୟବରପୁର ଉଚ୍ଚ ବିଦ୍ୟାଳୟରେ 78 ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ

ବେଲଗୁଣ୍ଠା, 13/12, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସରକାରୀ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟର 78 ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉତ୍ସବ ଉଦଯାପିତ ହୋଇଯାଇଛି I ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଦୁଇଦିନିଆ କ୍ରୀଡ଼ା ଉତ୍ସବର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦ୍ଘାଟକ ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଯୋଗଦେଇଥିବା ବେଳେ ମୁଖ୍ୟ ଅତିଥି ରୂପେ ପ୍ରତାପଲକ୍ଷ୍ମଣପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ହରପ୍ରିୟା ବେହେରା ଏବଂ ସମ୍ମାନୀତ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ରଞ୍ଜିତ୍ କୁମାର ତ୍ରିପାଠୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ କ୍ରୀଡ଼ାର ମହତ୍ତ୍ୱ ସମ୍ପର୍କରେ ବୁଝାଇବା ସହିତ କ୍ରୀଡାବିତ୍ ମାନଙ୍କୁ ଉତ୍ସାହିତ କରିଥିଲେ I କ୍ରୀଡ଼ା ଶିକ୍ଷକ ବିରଞ୍ଜନ ରାଉତ, ସନ୍ତୋଷ କୁମାର ପ୍ରଧାନ ଏବଂ ଦୂର୍ଗାମାଧବ ଶତପଥୀ ପ୍ରମୁଖ ଉପସ୍ଥିତ ରହି ସମସ୍ତ କ୍ରୀଡ଼ା ପ୍ରତିଯୋଗିତାକୁ ପରିଚାଳନା କରିଥିଲେ I ସେହିପରି ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ଆଜିର ଉଦଯାପନୀ କାର୍ଯ୍ୟକ୍ରମରେ ସମସ୍ତ ଅତିଥି ଉପସ୍ଥିତ ରହି କୃତୀ କ୍ରୀଡ଼ା ପ୍ରତିଯୋଗୀଙ୍କୁ ପ୍ରଶଂସାପତ୍ର ଏବଂ ଟ୍ରଫି ଦେଇ ପୁରସ୍କୃତ କରିଥିଲେ I କାର୍ଯ୍ୟକ୍ରମରେ ବିଦ୍ୟଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ସହଯୋଗ କରିଥିଲେ I

ଫଟୋ.                    ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed