April 30, 2026

ପାରଳାଖେମୁଣ୍ଡି ସହରରେ ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫ

IMG-20260114-WA0049
Share

 

 

ପାରଳାଖେମୁଣ୍ଡି:୧୪/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି। ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି। ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ। ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ। ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ। ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ। ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି ।