April 18, 2025

ଭାରତ ରତ୍ନ ବାବା ସାହେବ ଡକ୍ଟର ଆମ୍ବେଦକର ଜୟନ୍ତୀ ପାଳିତ…..

Share

 

ନବରଙ୍ଗପୁର:ତା ୧୪.୦୪.୨୦୨୪ ଭାରତ ର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ ଜିଲ୍ଲାସ୍ତରୀୟ ୧୩୪ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆମ୍ବେଦକର ଛକ ସ୍ଥିତ ବାବା ସାହେବ ଡକ୍ଟର ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ମାଲ୍ୟାର୍ପଣ କରାଯାଇଥିଲା ଏବଂ ସ୍ଥାନୀୟ ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚବିଦ୍ୟାଳୟ ରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବାବା ସାହେବ ଡକ୍ଟର ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ ଏବଂ ସ୍ମୃତି ଚାରଣ ସଭା ରେ ଭାରତ ର ସମ୍ବିଧାନ ପ୍ରଣେତା ଡକ୍ଟର ଆମ୍ବେଦକର ଙ୍କ ସଙ୍ଗର୍ଷମୟ ଆଦର୍ଶ ଜୀବନୀ ଉପରେ ଉଲ୍ଲେଖ କରି ଆଜିର ଛାତ୍ର, ଛାତ୍ରୀ ଯୁବପିଢ଼ି ମହାପୁରୁଷ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଭଲ କାମକରି ଭଲ ମଣିଷ ହେବା ସହିତ ଦେଶ ଗଠନରେ ଆଗେଇ ଆସିବା ପାଇଁ ଆହ୍ଵାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ମହେଶ୍ଵର ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ଵ) ନବୀନ ଚନ୍ଦ୍ର ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ରବିନ୍ଦ୍ର ପାଲାକା, ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରିୟା ନାୟକ ଯୋଗଦେଇ ଡକ୍ଟର ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ଏବଂ ଆମ୍ବେଦକର ଙ୍କ ସଂଘର୍ଷ ମୟ ଆଦର୍ଶ ଜୀବନୀ ଉପରେ ଆଲୋକପାତ କରି ଛାତ୍ରଛାତ୍ରୀମାନେ ତାଙ୍କ ଆଦର୍ଶ ରେ ଅନୁପ୍ରାଣିତ ହୋଇ ଭଲ ପାଠ ପଢିବା ସହିତ ଭଲ କାମ କରି ସୁନାମ ଅର୍ଜନ କରିବା ପାଇଁ ପରାମର୍ଶ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ। ଶେଷରେ ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିଆ ହରିଜନ ସମସ୍ତ ଙ୍କୁ ଧନ୍ୟବାଦ ଦେଇଥିଲେ। ଏଥିରେ ରାଜା ଚୈତନ୍ୟ ଦେବ ନୋଡାଲ ସରକାରୀ ଉଚ୍ଚବିଦ୍ୟାଳୟ ର ଶିକ୍ଷକ,ଶିକ୍ଷୟିତ୍ରୀ,ଛାତ୍ର ଛାତ୍ରୀ,ବିଭିନ୍ନ ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମ ରେ ସୂଚନା ଓ ଲୋକସମ୍ପର୍କ ବିଭାଗ ର ଦିଲୀପ କୁମାର ମଲ୍ଲିକ, ବନମାଳୀ ଗୋଛି,ନୀଳକଣ୍ଠ ନାୟକ, ବିଗ୍ନରାଜ ମାଝୀ ସହଯୋଗ କରିଥିଲେ।(ନବରଙ୍ଗପୁର ଜିଲ୍ଲା ରୁ ଏମ୍.ଦିନା°ଶୁ ଆଚାରୀ ଙ୍କ ରିପୋର୍ଟ)

You may have missed