April 25, 2026

ଚଳିତ ବର୍ଷର ୨ୟ ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ,୨୧ ଲକ୍ଷ ୮୨ ହଜାର ୯୫୦ ଟଙ୍କା ଆଦାୟ ..

IMG-20250510-WA0020
Share

 

 

ଗଜପତି—ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ଦୌରା ଜଜଙ୍କ କୋର୍ଟ ପରିସରରେ ଚଳିତ ବର୍ଷର ୨ୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୧୫୦୩ ଗୋଟି ମାମଲାର ତ୍ୱରିତ ସମାଧାନ କରାଯାଇ ଜରିମାନା ବାବଦକୁ ୨୧ ଲକ୍ଷ ୮୨ ହଜାର ୯୫୦ ଟଙ୍କା ଆଦାୟ କରା ଯାଇଥିଲା।

ଜାତୀୟ ଆଇନସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ଚିଠି ପ୍ରକାରେ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଦୌରାଜଜ୍ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଭିନ୍ନ କୋର୍ଟ ତଦାରଖ କରିବା ସହ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ପ୍ରାଧିକରଣର ସଚିବ ଶ୍ରୀ ବିମଳ ରାଉଳ ଉପସ୍ଥିତ ରହି ସମସ୍ତ କୋର୍ଟ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।

ଆୟୋଜିତ ଏହି ଲୋକ ଅଦାଲତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର ର

ବିଚାରଧୀନ ଥିବା ମାମଲାରେ ତ୍ୱରିତ ବିଚାରଣା କରିବା ପାଇଁ ପଦକ୍ଷେପ ନେବା ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରା ଯାଇଥିଲା।

ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ପରିବାର ଅଦାଲତ ଜଜ୍ ଶ୍ରୀ ଅଶୋକ କୁମାର ପାହି, ଅତିରିକ୍ତ ଜିଲ୍ଲା ଦୌରା ଜଜ ଶ୍ରୀ ପ୍ରଦୀପ କୁମାର ସାମଲ,ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ନରୋତ୍ତମ ସେଠୀ,ସିଭିଲ କୋର୍ଟ ରେଜିଷ୍ଟ୍ରାର ଶ୍ରୀ ପ୍ରସନ୍ନ କୁମାର ବେହେରା,ସିଭିଲ ଜଜ ସିନିୟର୍ ଡିଭିଜନ ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ,ଦେୱାନୀ ଅଦାଲତ ବରିଷ୍ଠ ମାଜିଷ୍ଟ୍ରେଟ ମହିଳା କୋର୍ଟ ଶ୍ରୀମତୀ ରଶ୍ମିତା ସାହୁ,ଉପଖଣ୍ଡୀୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ବିଷ୍ଣୁପ୍ରିୟା ସାମନ୍ତରାୟ ,ଜୁଡ଼ିସିଆଲ ମାଜିଷ୍ଟ୍ରେଟ ଶ୍ରୀ ସତ୍ୟଜିତ ପାଣି ଏବଂ ଜୁଡ଼ିସିଆଲ ମାଜିଷ୍ଟ୍ରେଟ ବୈଶାଳୀ ବାହୁବଳିନ୍ଦ୍ର ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।

ସେହିପରି ଜିଲ୍ଲାର ରା. ଉଦୟଗିରି କୋର୍ଟ ଠାରେ ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସବଜଜ୍ ଶ୍ରୀ ପୁଣ୍ୟଶ୍ଲୋକ ରଥ,ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ତରୁଣ କୁମାର ସେଠି,ମୋହନା ସ୍ଥିତ କୋର୍ଟ ଠାରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭଜିତ ବେହେରା ଓ କାଶୀନଗର ସ୍ଥିତ ଗ୍ରାମ୍ୟ ନ୍ୟାୟାଳୟ କୋର୍ଟ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ମୋନାଲିସା ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।

ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କ ର

ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ବିଭିନ୍ନ ମାମଲାର ତ୍ୱରିତ ସମାଧାନ କରିଥିଲେ।

ଆୟୋଜିତ ଏହି ଲୋକ ଅଦାଲତ କାର୍ଯ୍ୟକ୍ରମରେ ଜିଲ୍ଲା ଓକିଲ ସଂଘ ସଭାପତି ଓ ସଂପାଦକଙ୍କ ସମେତ ସମସ୍ତ ବରିଷ୍ଠ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେସ ମକଦ୍ଦମା ପରିଚାଳନାରେ ସହଯୋଗ କରିଥିଲେ।

ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ମୋଟ ୧୫୦୩ ଟି କେଶ ବିଚାରକୁ ନିଆଯାଇ ଏବଂ ମାମଲାର ତ୍ୱରିତ ସମାଧାନ କରାଯାଇ

୨୧ ଲକ୍ଷ ୮୨ ହଜାର ୯୫୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା।

You may have missed