March 10, 2026

ଝାଡଖଣ୍ଡ ଦମ୍ପତ୍ତିଙ୍କ ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ

IMG-20230614-WA0063
Share

 

 

ପାରଳାଖେମୁଣ୍ଡି:୧୪/୬(ଗରୁଡ଼ଧ୍ଵଜଚୌଧୁରୀ)

ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୩୯ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଝାଡଖଣ୍ଡ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି। ସୁଚନା ଥାଉକି ପିତାମାତା ଦ୍ବାରା ଅବହେଳିତ ହୋଇ ଗୋଟିଏ ପୁତ୍ର ସନ୍ତାନ ଉଦ୍ଧାର ହୋଇଥିଲା। ଉକ୍ତ ଶିଶୁଟିର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର NISSAN Shalom, ପାରଳାଖେମୁଣ୍ଡି ରେ ରଖାଯିବା ସହ ତାହାର Adoption ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରବର୍ତ୍ତି ମୁହୁର୍ତ୍ତରେ ଉକ୍ତ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ। ଯାହାଦ୍ବାରା ଶିଶୁଟି ପୋଷ୍ୟ ଭାବେ ଯୋଗ୍ୟ ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।

ପରବର୍ତ୍ତି ମୁହୁର୍ତ୍ତରେ ଚାରିବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଝାଡଖଣ୍ଡ ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ଭାବେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ। ପରବର୍ତ୍ତି ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜ କୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଝାଡଖଣ୍ଡ ରାଜ୍ୟର ଦମ୍ପତ୍ତି ଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା। ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିଲା ବେଳେ ଏହାର ବୟସ ମାତ୍ର ୮ ମାସ ହୋଇଥିଲା। ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।

ହସ୍ତାନ୍ତର ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ଶ୍ରୀ ରମାଞ୍ଚଳ ଖମାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ , ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ଥ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।