November 26, 2024

ମାନସିକ ଅନଗ୍ରସର ମହିଳାଙ୍କୁ ଉଦ୍ଧାର ଓ ଥଇଥାନ

Share

ରାୟଗଡା : ଜିଲ୍ଲାପାଳ, ରାୟଗଡାଙ୍କ ନିର୍ଦ୍ଦେଶ କ୍ରମେ, ତିନି ଜଣ ମାନସିକ ଅନଗ୍ରସର ମହିଳାଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗର ମିଳିତ ସହଯୋଗରେ ଉଦ୍ଧାର କରାଯାଇ ସ୍ଵତନ୍ତ୍ର ବାହନ ଯୋଗେ ମାଲକାନଗିରି ସ୍ଥିତ ମିଶନ ଆଶ୍ରା ପୁନର୍ବାସ କେନ୍ଦ୍ରରେ ଥଇଥାନ କରାଯାଇଅଛି । ବିଗତ କିଛି ଦିନ ହେଲା, ଏହି ତିନି ଜଣ ମହିଳା ରାୟଗଡ଼ ସହରର ବିଭିନ୍ନ ଗଳି ଓ ରାସ୍ତା କଡ ରେ ବୁଲିବାର ନଜିର ରହିଥିଲା । ସେଥି ମଧ୍ୟରୁ ଦୁଇ ଜଣ ମହିଳାଙ୍କୁ ତହସିଲଦାର, ରାୟଗଡ଼ ଉଦ୍ଧାର କରି ରାୟଗଡ଼ ସ୍ଥିତ ଜାଗୃତି କେନ୍ଦ୍ରରେ ହସ୍ତାନ୍ତର କରିଥିଲେ । ତା ୧୨.୦୯.୨୦୨୪ ରିଖରେ ଉପଜିଲ୍ଲାପାଳ, ରାୟଗଡ଼, ଶ୍ରୀମତୀ କଲ୍ଯାଣୀ ସଙ୍ଘମିତ୍ରା ଦେବୀ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ରାୟଗଡ଼, ଶ୍ରୀ ସିମାଞ୍ଚଳ ମହାପାତ୍ରଙ୍କ ତତ୍ତ୍ବାବଧାନରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ରାୟଗଡ, ଶ୍ରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଶ୍ରୀ ପ୍ରସାଦ ରାଓ ତାମରାପୁ, କନିଷ୍ଠ ସହାୟକ ତଥା ଓଡିଶା ପୋଲିସ ସହଯୋଗରେ ଅନ୍ୟ ଏକ ମାନସିକ ଅନଗ୍ରସର ମହିଳାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଡ଼ ପ୍ରଦୀପ୍ତ କୁମାର ସୁବୁଦ୍ଧି ଓ ପୂର୍ଣ୍ଣଚନ୍ଦ୍ର କାଦମ୍ବାଲୁ, ସାମାଜିକ କର୍ମୀଙ୍କ ସହାୟତାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହି ଉଦ୍ଧାର କାର୍ଯ୍ୟରେ ଜାଗୃତି କେନ୍ଦ୍ରର ଅଧକ୍ଷ୍ୟା ଓ ଅନ୍ଯାନ୍ଯ ସହାୟକ ମାନେ ପୂର୍ଣ୍ଣ ସହଯୋଗ କରିଥିଲେ।

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.