November 26, 2024

ରାୟଗଡାରେ ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ରେ ୧୨,୯୦୩ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୧,୦୪,୮୦,୭୦୫ ଟଙ୍କା ଆଦାୟ ହୋଇଅଛି

Share

 

ରାୟଗଡ:ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ର ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୩୪୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୫୫,୧୭,୦୯୪ (ପଞ୍ଛାବନ ଲକ୍ଷ ସତର ହଜାର ଚଉରାନବେ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୧୨,୫୩୦ ଟି ମାମଲା ଫଇସଲା ହୋଇ ସମୁଦାୟ ଟ. ୩,୧୯,୦୧୫ (ତିନି ଲକ୍ଷ ଉଣେଇସ ହଜାର ପନ୍ଦର) ଟଙ୍କା, ଲେବର ସମ୍ବନ୍ଧିତ ୦୯ ଟି ମାମଲା ଫଇସଲା ହୋଇ ସମୁଦାୟ ଟ. ୪୪,୧୨,୪୮୭ (ଚଉରାଲିସ ଲକ୍ଷ ବାର ହଜାର ଚାରି ଶହ ସତାଅସୀ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୧୬ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୨,୩୨,୧୦୯ (ଦୁଇ ଲକ୍ଷ ବତିସ ହଜାର ଶହେ ନଅ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ରେଜିଷ୍ଟ୍ରାର ସୋମ୍ୟରୂପ ସାହୁ, ସବ୍ ଜଜ୍ ଶ୍ରୀ ଆଶିସ ପଟ୍ଟନାଏକ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ନ୍ୟାୟଧିକାରୀ ଜ୍ୟୋତିରମୟୀ ଷଡଙ୍ଗୀ, ରାୟଗଡା ବାର ଆସୋସିଏସନର ସଭାପତି ଶ୍ରୀ ପଦ୍ମନାଭ ଦାସ ସହିତ ଅନ୍ୟ ଆଇନଜୀବି ପ୍ରମୁଖ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.