November 26, 2024

ବ୍ଲକ ସ୍ତରୀୟ ବିଦ୍ଯାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ 

Share

ବୁଗୁଡା : ତା ୧୪/୦୯/୨୪ : ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯାଳୟ ପକ୍ଷରୁ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମରେ ବ୍ଲକ ସ୍ତରୀୟ ବିଦ୍ଯାଳୟ ସମୂହ କ୍ରୀଡା ପ୍ରତିଯୋଗିତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବ୍ଲକ ସ୍କୁଲ ସ୍ପୋର୍ଟସ ଏସୋସିଏସନ ସେକ୍ରେଟାରୀ ବିଶ୍ବେଶ୍ବର ଗିରିଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ ,ମୁଖ୍ୟ ବକ୍ତା ଭାବେ ତାଳସାକର ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସେଠୀ, ସମ୍ମାନିତ ଅତିଥି ଭାବେ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣା ଓ ବିରଞ୍ଚିପୁର ୟୁପିଏସ୍ ପ୍ରଧାନ ଶିକ୍ଷୟିତ୍ରୀ ମମତା ପାତ୍ର ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ପୁରସ୍କୃତ କରିଥିଲେ । ଉକ୍ତ କ୍ରୀଡା ପ୍ରତିଯୋଗିତା ଉତ୍ସବ ଅବସରରେ କବାଡି , ଖୋ-ଖୋ ଓ ଯୋଗାସନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ବେଳେ ଏଥିରେ ୧୬ଟି ଉଚ୍ଚ ବିଦ୍ୟାଳୟ ଓ ୩ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ବରିଷ୍ଠ ବର୍ଗରେ ୧୫୨ ଏବଂ କନିଷ୍ଠ ବର୍ଗରେ ୭୩ ଜଣ ହିସାବରେ ମୋଟ ୨୨୫ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ପିପୁଲ୍ସ କଲେଜ କ୍ରୀଡା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ରଙ୍କ ତତ୍ତ୍ବାବଧାନରେ ଆୟୋଜିତ କ୍ରୀଡା ପ୍ରତିଯୋଗିତାଗୁଡିକୁ କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ନାୟକ, ଆଦିତ୍ୟ ପ୍ରଧାନ, ରମାକାନ୍ତ ବେହେରା, ପ୍ରଣବ ମହାନ୍ତ ପ୍ରମୁଖ ପରିଚାଳନା କରିଥିଲେ । ପରିଶେଷରେ ଶିକ୍ଷକ ନିରଞ୍ଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.