November 26, 2024

ଗଜପତି:- ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ..

Share

 

୨,୫୩୭ ଟି କେଶରୁ ୩୫ ଲକ୍ଷ ୫୫ ହଜାର ୫୬୦ ଟଙ୍କା ଜରିମାନା ଆଦାୟ ।

 

ଆଜି ଶନିବାର ଦିନ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଦୌରାଜଜ କୋର୍ଟ ସମେତ ଜିଲ୍ଲାର ବିଭିନ୍ନ ବ୍ଲକ ସଦର ମହକୁମା ଠାରେ ଥିବା ତାଲୁକ କୋର୍ଟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଜାତୀୟ ଆଇନ ସେବା ପ୍ରାଧିକରଣ ଏବଂ ରାଜ୍ୟ ଆଇନସେବା ପ୍ରାଧିକରଣ ଙ୍କ ପତ୍ରାଦେଶ ପ୍ରକାରେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ଓ ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ଉପସ୍ଥିତିରେ ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ କରିବା ସହ ସେ ନିଜ କୋର୍ଟ କାର୍ଯ୍ୟ ମଧ୍ୟ ସମ୍ପାଦନ କରିଥିଲେ ।

ପ୍ରାଧିକରଣର ସଚୀବ ଶ୍ରୀ ବିମଳ ରାଉଳ ସମସ୍ତ କୋର୍ଟ କାର୍ଯ୍ୟ ପରିଚାଳନାରେ ଉପସ୍ଥିତ ରହି ସହଯୋଗ କରିଥିଲେ ।

ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ବିଚାରାଧୀନ ଥିବା ମାମଲା ଗୁଡ଼ିକର ତ୍ଵରିତ ବିଚାରଣାର ପଦକ୍ଷେପ ନିଆଯିବା ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରା ଯାଇଥିଲା ।

ଏହି ଲୋକ ଅଦାଲତ କାର୍ଯ୍ୟରେ ପରିବାର ଅଦାଲତ ଜଜ୍ ଶ୍ରୀ ଅଶୋକ କୁମାର ପହି , ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଶ୍ରୀ ପ୍ରଦୀପ କୁମାର ସାମଲ , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ନରୋତ୍ତମ ସେଠୀ , ସବଜଜ୍ ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , ଉପଖଣ୍ଡିୟ ବିଚାର ବିଭାଗ ମାଜିଷ୍ଟ୍ରେଟ ଶ୍ରୀମତୀ ବିଷ୍ଣୁ ପ୍ରିୟା ସାମନ୍ତରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ସୁବାସିଷ ପାଣି ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ ।

ସେହିପରି ଜିଲ୍ଲାର ରା: ଉଦୟଗିରି ସ୍ଥିତ କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସବଜଜ୍ ଶ୍ରୀ ପୁଣ୍ୟ ଶ୍ଲୋକ ରଥ ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ତରୁଣ କୁମାର ସେଠୀ , ମୋହନା ସ୍ଥିତ କୋର୍ଟରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶୁଭଜିତ ବେହେରା ଏବଂ କାଶୀନଗର ସ୍ଥିତ ଗ୍ରାମ୍ୟ ନ୍ୟାୟାଳୟର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସୁଶ୍ରୀ ଅଙ୍କିତା ଗୁରୁ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନା କରିଥିଲେ ।

ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ରାଜ୍ୟ ଆଇନସେବା ପ୍ରାଧିକରଣ ଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କର ଅଧିକାରୀ ମାନେ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ ପାଇଁ ଚେଷ୍ଟା କରିଥିଲେ ।

ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ଜିଲ୍ଲା କୋର୍ଟ ଓକିଲ ସଂଘର ସଭାପତି ଓ ସଂପାଦକଙ୍କ ସମେତ ବରିଷ୍ଠ ଓକିଲ ମାନେ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜର କେଶ ମକଦ୍ଦମାରେ ସହଯୋଗ ପ୍ରଦାନ କରିଥିଲେ ।

ଅନୁଷ୍ଠିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମରେ ସମୁଦାୟ ୨,୬୬୭ ଟି କେଶକୁ ବିଚାରକୁ ନିଆଯାଇ ୨,୪୪୭ ଟି କେଶର ତ୍ଵରିତ ବିଚାରଣା ତଥା ସମାଧାନ କରାଯାଇ ୨୨ ଲକ୍ଷ ୪୫ ହଜାର ୧୮୯ ଟଙ୍କା ଜରିମାନା ବାବଦକୁ ଆଦାୟ କରା ଯାଇଥିଲା ।

ସେହିଭଳି ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ ମାନଙ୍କ ପକ୍ଷରୁ ବ୍ୟାଙ୍କ ଅଧିକାରୀ ମାନେ ଉପସ୍ଥିତ ରହି ୧୦୬୨ ଟି କେଶ ମଧ୍ୟରୁ ୯୬ ଗୋଟି କେଶର ସମାଧାନ କରାଯାଇ ୧୩ ଲକ୍ଷ ୧୦ ହଜାର ୩୭୧ ଟଙ୍କା ଜରିମାନା ବାବଦକୁ ଆଦାୟ କରା ଯାଇଥିଲା ।

ଏହି ଲୋକ ଅଦାଲତ କାର୍ଯ୍ୟକ୍ରମକୁ ଜିଲ୍ଲା ପ୍ରାଧିକରଣର ଶ୍ରୀ ରବୀନ୍ଦ୍ର ନାଥ ପରିଡ଼ାଙ୍କ ସମେତ କାହ୍ନୁ ଚରଣ ପଣ୍ଡା , ରଘୁ ନନ୍ଦନ ଦାସ , ଶ୍ରୀ ଶିବ ପ୍ରସାଦ ସେନାପତି ଏବଂ ଜିଲ୍ଲା କୋର୍ଟ କର୍ମଚାରୀ ଗଣ ଉପସ୍ଥିତ ରହି ପରିଚାଳନା ଓ ସହଯୋଗ କରିଥିଲେ ।

———————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

———————————————

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.