July 6, 2024

ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ*

Share

*ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ*

ଆରାଳଖେମୁଣ୍ଡି, ତା.୧୪.୧୧.୩୦୨୩

ଗଜପତି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ଡିସେମ୍ବର ମାସ ୧୫ ତାରିଖରୁ ପର୍ଯ୍ୟାୟ କ୍ରମେ ବିଭିନ୍ନ ବ୍ଲକର ମଣ୍ଡି ରୁ ଧାନ କ୍ରୟ ନିମନ୍ତେ ବିଭିନ୍ନ ପଦକ୍ଷେପ ଉପରେ ବିଶେଷ ଆଲୋଚନା ହୋଇଥିଲା । ବୈଠକରେ ଶ୍ରୀଯୁକ୍ତ କେ.ନାରାୟଣ ରାଓ ,ମାନ୍ୟବର ବିଧାୟକ ,ପାରଳାଖେମୁଣ୍ଡି ,ମାନ୍ୟବର ସାଂସଦଙ୍କ ପ୍ରତିନିଧି ଏସ. ଲିଙ୍ଗରାଜ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ ଓ ଡ଼. ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ଗଜପତି ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ ମହାନ୍ତି ପ୍ରମୁଖ ମଞ୍ଚାସିନ ଥିଲେ ।
ବୈଠକରେ ପ୍ରଥମେ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ କୁମାର ବେହେରା ସମସ୍ତଙ୍କୁ ସ୍ଵାଗତ କରି ଏଜେଣ୍ଡା ଅନୁଯାୟୀ ସଭା କାର୍ଯ୍ୟକୁ ଆଗେଇଥିଲେ । ଜିଲ୍ଲାପାଳ ଚାଷୀମାନଙ୍କ ସୁବିଧା ପାଇଁ ମଣ୍ଡିରେ ପର୍ଯ୍ୟାପ୍ତ ସୁବିଧା, ଶୀଘ୍ର ଧାନ ଉଠିବା ପାଇଁ ନିଆଯାଉଥିବା ପଦକ୍ଷେପ ନେବାକୁ ମତ ଦେଇଥିଲେ ।
ଆଜିର ଏହି ବୈଠକରେ ଚାଷୀ ପ୍ରତିନିଧି, ମିଲର ତଥା ପ୍ରଶାସନିକ ସହଯୋଗରେ ଚଳିତ ଖରିଫ ଧାନ ସଂଗ୍ରହ କରିବାକୁ ସର୍ବସମ୍ମତି କ୍ରମେ ଆଲୋଚନା କରଯାଇଥିଲା। ସୁଚନା ଅନୁଯାୟୀ କାଶୀନଗର, ଗୋସାଣୀ , ରାୟଗଡ଼ ଓ ଗୁମ୍ମା ବ୍ଲକରେ ଡିସେମ୍ବର ୧୫ ତାରିଖ ଚଳିତ ବର୍ଷ ଏଫ୍.ଏ.କ୍ୟୁ ଧାନ ର ସରକାରୀ ଧାର୍ଯ୍ୟ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୧୮୩/- ଟଙ୍କା ଏବଂ ଗ୍ରେଡ-ଏ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୨୦୩/- ଟଙ୍କାରେ କିଣିବାକୁ ଦାର୍ଯ୍ୟ ରଖାଯାଇଛି ।
ଚଳିତ ବର୍ଷ ଖରିଫ ଧାନ ବିକ୍ରୟ ପାଇଁ ଜିଲ୍ଲାରେ ୧୫୫୫୧ ଜଣ ଚାଷୀ ପଞ୍ଜୀକୃତ ହୋଇଛନ୍ତି । ଖରିଫ ୨୦୨୩-୨୪ ରେ ଜିଲ୍ଲାରେ ୫୪ ଗୋଟି ଧାନ ସଂଗ୍ରହ କେନ୍ଦ୍ର କଲାଯିବ, ଗୋସାଣୀ ବ୍ଲକରେ ୨୫, ଗୁମ୍ମା ବ୍ଲକରେ ୩,କାଶୀନଗର ବ୍ଲକରେ ୧୬ ଓ ରାୟଗଡ଼ା ୧ ଧାନ ସଂଗ୍ରହ କେନ୍ଦ୍ରରେ ଧାନ ସଂଗ୍ରହ କରାଯିବ।
ଏହି ବୈଠକରେ ବିଭାଗୀୟ ଅଧିକାରୀ, ଜିଲ୍ଲା ଚାଷୀ ପ୍ରତିନିଧ, ମିଲର ସଭାପତି,ବିଭିନ୍ନ ବ୍ଲକରୁ ଚାଷୀ ପ୍ରତିନିଧି ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

You may have missed