June 21, 2026

ଓଡ଼ିଶାର ସବୁ ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତ ମନ୍ତ୍ରୀ ସ୍ତରୀୟ କମିଟି 

IMG-20241114-WA0003
Share

 

ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ):ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

 

ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।

 

ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।