March 10, 2026

ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ଦିବସ ପାଳନ

IMG-20251114-WA0016
Share

 

 

 

ଅଦ୍ୟ ତା.୧୪-୧୧-୨୦୨୫ରିଖ ଶୁକ୍ରବାର ଦିନ ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରଧାନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ”ଶିଶୁ ଦିବସ” ପାଳିତ ହୋଇ ଯାଇଅଛି।ଏ ଅବସରରେ ପରିଚାଳନା ସମିତିର ଯୁଗ୍ମ ସଂପାଦକ ଶ୍ରୀଯୁକ୍ତ କ୍ଷୀରସାଗର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କ ଶୁଭ କାମନା କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ।ମୁଖ୍ୟ ବକ୍ତା ଭାବରେ ଶ୍ରୀମାନ୍ ତାପସ ଭୋଇ ଶିଶୁ ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ।ଶ୍ରୀମତୀ ଭାର୍ଗବୀ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଶିଶୁ ଭାଇ ଭଉଣୀ ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ।ପରିଶେଷରେ ସୁଶ୍ରୀ ରଶ୍ମିତା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ ସହଯୋଗ କରିଥିଲେ।