July 31, 2026

ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି..

IMG-20251114-WA0048
Share

 

ନୂଆପଡ଼ା ( ଦେବାଶିଷ ଦାଶ)

 

ନୂଆପଡ଼ା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ମତଗଣନା ଶେଷ ହୋଇଛି। ୨୬ତମ ରାଉଣ୍ଡର ଭୋଟ୍‌ ଗଣତି ପରେ ତଥା ସଦ୍ୟତମ ସୂଚନା ଅନୁସାରେ ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି। ସବୁଠାରୁ ବଡ଼ କଥା ହେଲା, ବିଜେପି ଏଠାରେ ବଡ଼ ବ୍ୟବଧାନ ସହିତ ବିଜୟ ହାସଲ କରିଛି। ଜୟ ‌ଢୋଲକିଆ ୧, ୨୩, ୮୬୯ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୪୦,୧୨୧ ଖଣ୍ଡ ଭୋଟ୍‌ ମିଳିଛି। ଅର୍ଥାତ ଜୟ ଢୋଲକିଆ ୮୩,୭୪୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଓ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ବିଜୟ ପାଇଁ ଆଶା ରଖିଥିଲେ ମଧ୍ୟ ସେମାନଙ୍କୁ ଜନତା ଗ୍ରହଣ କରିନାହାନ୍ତି। ତେବେ ନିର୍ବାଚନ କମିସନ ପକ୍ଷରୁ ନୂଆପଡ଼ା ନିର୍ବାଚନ ନେଇ ଆନୁଷ୍ଠାନିକ ଭାବେ ଘୋଷଣା ବାକି ଅଛି।

You may have missed