November 26, 2024

ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ..

Share

ପାରଳାଖେମୁଣ୍ଡି, ତା ୧୫.୦୯.୨୦୨୪

 

ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଅଛି। ଏହି ପଦଯାତ୍ରାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭାରମ୍ଭ କରିଥିଲେ। ଏହି ପଦଯାତ୍ରା ଟାଉନ ହୋଲ୍ ଠାରୁ ବାହାରି ବିଜୁ କଲ୍ୟାଣ ମଣ୍ଡପ ପର୍ଯ୍ୟନ୍ତ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଉପସ୍ଥିତ ରେ ବିଶାଲ ପଦଯାତ୍ରା ର ହିତାଧିକାରୀଙ୍କୁ ସଚେତନତା କରଯାଇଥିଲା । ପଦଯାତ୍ରା ପରେ ପରେ ବିଜୁ କଲ୍ୟାଣ ମଣ୍ଡପ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ଏଥିରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ , ପାରଳା ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ ସମେତ , ସ୍ଵୟଂ ସହାୟକ ଗୋଷ୍ଠୀ ମୁଖ୍ୟ ସଦସ୍ୟ ପ୍ରମୁଖ ଯୋଗଦେଇଥିଲେ। ଏହି ସଭାରେ ସୁଭଦ୍ରା ଯୋଜନାର ହିତାଧିକାରୀ ମହିଳା ମାନଙ୍କୁ ସଚେତନତାର ବାର୍ତ୍ତା କିପରି ପହଞ୍ଚି ପାରିବ ସେ ବିଷୟରେ ସମସ୍ତ ଅତିଥି ମାନେ କହିଥିଲେ। ଅଜିର ଏହି ସୁଭଦ୍ରା ସ୍ଵାଗତ ପଦଯାତ୍ରାର ଉଦ୍ଦେଶ୍ୟ ହିତାଧିକାରୀଙ୍କୁ ଘରେ ଘରେ ସୁଭଦ୍ରା ଯୋଜନାର ବାର୍ତ୍ତା ପହଞ୍ଚାଇବା ଓ ସରକାରଙ୍କ ନିର୍ଦ୍ଦେଶ ମୁତାବକ ସୂଚନା, ଶିକ୍ଷା ଓ ସଞ୍ଚାର ଜରିଆରେ ବିଭିନ୍ନ ମାଧ୍ୟମରେ ପ୍ରଚାର ପ୍ରସାର କାର୍ଯ୍ୟ ଚାଲୁରହିଛି।

ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରକଳ୍ପ ସଂଯୋଜକ,ମିଶନ ଶକ୍ତି ଶ୍ରୀ ଟିମନ ବାର, ମିଶନ ଶକ୍ତି ପ୍ରୋଗ୍ରାମ ଅଫିସର୍ ଶ୍ରୀମତୀ ମନସ୍ମିତ ପାତ୍ର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ପ୍ରମୁଖ ଉପସ୍ଥିତ ଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.