November 26, 2024

ଜିଲ୍ଲାସ୍ତରୀୟ ବିକାଶ ମେଳା ପାଇଁ ପ୍ରସ୍ତୁତି ବୈଠକ..

Share

 

 

ପାରଳାଖେମୁଣ୍ଡି,ତା.୧୫.୦୯.୨୦୨୪

ଜିଲ୍ଲାସ୍ତରୀୟ ବିକାଶ ମେଳା ଆୟୋଜନ ନିମନ୍ତେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଆସନ୍ତା ୨୦ ଠାରୁ ୨୨ ତାରିଖ ମଧ୍ୟରେ ବିଭିନ୍ନ ବିଭାଗର ସମନ୍ବୟରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଗଜପତି ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ଏହି ବିକାଶ ମେଳାର ଉଦ୍ଦେଶ୍ୟ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ବିଭିନ୍ନ ଫଳପ୍ରସୂ ପଦକ୍ଷେପ ପ୍ରଣୀତ ବିବିଧ ଯୋଜନା ଗୁଡିକ ସଂପର୍କରେ ସଚେତନତା କରାଯିବ। ସେହିପରି ଉଦ୍ଦେଶ୍ୟ ଓ କର୍ଯ୍ୟନ୍ଵୟନ ସଂପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା। ବହୁବିଧ କଲ୍ୟାଣକାରୀ ଦିଗ ଗୁଡ଼ିକ ସମ୍ପର୍କରେ ଜନ ସଚେତନା ସୃଷ୍ଟି କରିବା ଇତ୍ୟାଦି। ଏହି ସମନ୍ବୟ ବୈଠକରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ମିଶନ ଶକ୍ତି ବିଭାଗ, ପୂର୍ବ ବିଭାଗ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମନ୍ବିତ ସ‌ହ‌ଯୋଗରେ ଏହି କାର୍ଯ୍ୟକ୍ରମ ଜନସାମାବେଶ, ଉନ୍ନୟନ ପ୍ରଦର୍ଶନୀ, ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ହେବ। ଏହି ଅବସରରେ ଜିଲ୍ଲାର ଲୋକକଳାକାରଙ୍କୁ ନେଇ ତିନି ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼. ଗୁଣନିଧି ନାୟକ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ମାଧବ ନନ୍ଦ ନାୟକ, ଡିଏସପି ଡ଼.ଚନ୍ଦ୍ର ଶେଖର ହତା ସମେତ ଅନ୍ୟାନ୍ୟ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ପ୍ରମୁଖ ଯୋଗ ଦେଇଥିଲେ ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.