April 27, 2026

କ୍ଷତ୍ରୀୟବରପୁରରେ ବେଲଗୁଣ୍ଠା ବ୍ଳକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

IMG-20240915-WA0055
Share

 

 

ବେଲଗୁଣ୍ଠା, 15/09, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ନୋଡାଲ୍ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ବେଲଗୁଣ୍ଠା ବ୍ଳକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ 48 ନମ୍ବର୍ ଜୋନ୍ ଜିଲ୍ଲାପରିଷଦ ସଭ୍ୟ ସୁଧୀର କୁମାର ଜେନା ଯୋଗ ଦେଇଥିବା ବେଳେ ସ୍ଵତନ୍ତ୍ର ଅତିଥି ରୂପେ ସୋରଡ଼ା ବିଧାୟକ ପ୍ରତିନିଧି ଜିତେନ୍ଦ୍ର କୁମାର ନାୟକ ଯୋଗ ଦେଇଥିଲେ I ସେହିପରି ମୁଖ୍ୟ ବକ୍ତା ଭାବେ ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ, ତନରଡା ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀ, ଖଇରପୁଟି ପଂଚାୟତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ମିଶ୍ର, ସ୍ଥାନୀୟ ସରପଞ୍ଚ କମଳ କୁମାରୀ ପ୍ରଧାନ, ଗାଙ୍ଗପୁର ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର କୁମାର ଡାକୁଆ,ଖଇରପୁଟି ସରପଞ୍ଚ ସତ୍ୟବାନ ସ୍ୱାଇଁ, ସମିତିସଭ୍ୟ ପ୍ରତିନିଧି ବିନୋଦ ବେହେରା,ପୁର୍ବତନ ସରପଞ୍ଚ ମହନ୍ତ ରାମକୃଷ୍ଣ ଦାସ ପ୍ରମୁଖ ଯୋଗ ଦେଇ କ୍ରୀଡାବିତ୍ ମାନଙ୍କୁ ଉତ୍ସାହିତ କରିଥିଲେ I ଏହି ପ୍ରତିଯୋଗିତାରେ 330 ଜଣ ପ୍ରତିଯୋଗୀ ଅଂଶ୍ରଗହଣ କରିଥିଲେ I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ