November 26, 2024

Day: September 15, 2024

ମହାପୁରୁଷଙ୍କ ଜୀବନୀରୁ ଶିଖ, ଚୋରୀ ଓ ଲୋଭ ପରିତ୍ୟାଗ କର ରାଷ୍ଟ୍ର ନିର୍ମାଣରେ ଯୁବପ୍ରସ୍ତୁତି ପ୍ରଶିକ୍ଷଣ

    ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ ): ରବିବାର ପୂର୍ବାହ୍ନରେ ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ତରଫରୁ ପିଲାଙ୍କ ପାଇଁ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିରର ଏକବିଂଶତମ ସପ୍ତାହ ପ୍ରଶିକ୍ଷଣ...

ମୋହନା ଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଯୋଜନା ପ୍ରଚାର ପଦଯାତ୍ରା …

ଗଜପତି,  ଜିଲ୍ଲା ମୋହନା ବ୍ଲକ ଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଯୋଜନା ପ୍ରଚାର ପଦଯାତ୍ରା ମୋହନା ଅଞ୍ଚଳର ଶତାଧିକ ମହିଳାଙ୍କୁ ନେଇ ସ୍ଥାନୀୟ ହାଇସ୍କୁଲ ଖେଳ ପଡିଆ...

ଆଜିର ରାଶିଫଳ..

  *✧═════•❁❀❁•═════✧* *ମେଷ:👉 ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.