April 26, 2026

ବଡକୋଦଣ୍ଡା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ 

IMG-20251015-WA0089
Share

 

ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ବଡକୋଦଣ୍ଡା କ୍ଲଷ୍ଟରର ବଡକୋଦଣ୍ଡା ସ୍ଥିତ ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ଶିଶୁ ମହୋତ୍ସବ ସୁରଭି – ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଙ୍କ ନିର୍ଦ୍ଦେଶ ପ୍ରକାରେ ରାଜ୍ୟର ସମସ୍ତ ବିଦ୍ୟାଳୟ, କ୍ଲଷ୍ଟର, ବ୍ଲକ୍, ଜିଲ୍ଲା ଓ ରାଜ୍ୟ ସ୍ତରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। କୋମଳମତି ଶିଶୁ ମାନଙ୍କ ଲୁକ୍କାୟିତ ଅନ୍ତର୍ନିହିତ ଗୁଣାବଳୀର ବିକାଶ ତଥା ପ୍ରତିଭା ଅନ୍ଵେଷଣ ଓ ଉନ୍ମୋଚନ ପାଇଁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ସେହି କ୍ରମରେ ଆଜି ବଡକୋଦଣ୍ଡା କ୍ଲଷ୍ଟର ସିଆରସିସି ଶ୍ରୀ ଦ୍ଵିତୀକୃଷ୍ଣ ଲେଙ୍କାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ବଡକୋଦଣ୍ଡା ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ମନୋରଞ୍ଜନ ପଣ୍ଡା ପୌରୋହିତ୍ୟ କରିଥିଲେ। ମୁଖ୍ୟ ଅତିଥି ରୂପେ ଯୋଗଦେଇ ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ମତି ଲୋପାମୁଦ୍ରା ରଥ ଆନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ରୂପେ ଯୋଗଦେଇଥିଲେ ଭଞ୍ଜନଗର ଦୀନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସ୍ଵରାଜ କହଁର, ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ମଦନ ମୋହନ ରଥ, ବଡକୋଦଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀ ମତି ରେଶମା କୁମାରୀ ନାୟକ, ବଡକୋଦଣ୍ଡା ଗ୍ରାମପଞ୍ଚାୟତ ସମିତି ସଭ୍ୟ ଶ୍ରୀ ଯୁକ୍ତ ମନୋଜ କୁମାର ପୃଷ୍ଟି, ବଡକୋଦଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ପ୍ରତିନିଧି ଶ୍ରୀ ଯୁକ୍ତ ହୃଷୀକେଶ ପ୍ରଧାନ, କ୍ଷତ୍ରିୟବରପୁର ଆଞ୍ଚଳିକ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ଅଧ୍ୟାପକ ଶ୍ରୀ ଯୁକ୍ତ ତ୍ରିନାଥ ବେହେରା। ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପସ୍ଥିତ ରହିଥିଲେ ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀ ମତୀ ରଶ୍ମିତା ସାହୁ, ଶିକ୍ଷକ ଶ୍ରୀ ଯୁକ୍ତ ସାଜନ ସ୍ଵାଇଁ। ମଞ୍ଚାସୀନ ସମସ୍ତ ଅତିଥି ଏହି ମହୋତ୍ସବର ଲକ୍ଷ ଓ ଉଦ୍ଦେଶ୍ୟ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଶ୍ରୁତ ଲିଖନ, ପ୍ରବନ୍ଧ, କୁଇଜ୍, ବିତର୍କ, ସୃଜନଶୀଳ ଲିଖନ, ଚିତ୍ରାଙ୍କନ, ସଂଗୀତ, ବକୃତା, ପି ଏମ୍ ପୋଷଣ- ଚିତ୍ର କଳା ଓ ଶିଳ୍ପକଳା, ସାଂସ୍କୃତିକ କାର୍ଯ୍ୟକ୍ରମ, ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ (ଏଫ୍ ଏଲ ଏନ୍) ଆଦି ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା।ପ୍ରତିଯୋଗୀତା ଗୁଡ଼ିକ ରେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପାରଦର୍ଶିତା ପ୍ରମାଣ ପତ୍ର, କପ୍ ଓ ପୁରସ୍କାର ଦେଇ ସମ୍ମାନିତ କରାଯାଇଥିଲା। ପ୍ରକାଶ ଥାଉ କି ପ୍ରତିଯୋଗିତା ଗୁଡ଼ିକରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ଛାତ୍ରଛାତ୍ରୀ ମାନେ ବ୍ଲକ୍ ସ୍ତରୀୟ ସୁରଭି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ। ସଭାମଞ୍ଚ କୁ ପୂର୍ବତନ ସିଆରସିସି ଶ୍ରୀ ମୋହନ ସାହୁ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବଡକୋଦଣ୍ଡା କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସବୁ ପ୍ରକାରର ସାହାଯ୍ୟ ଓ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଗ୍ରାମବାସୀ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମକୁ ଭରପୁର ଉପଭୋଗ କରିଥିଲେ। ସେହିପରି ଭଞ୍ଜନଗର ବ୍ଲକର ସମସ୍ତ ୧୬ଟି କ୍ଲଷ୍ଟରରେ ଏହି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ।ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ