କ୍ଷତ୍ରିୟବରପୁର ପିଏମ୍ ଶ୍ରୀ ନୋଡ଼ାଲ୍ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ
ବେଲଗୁଣ୍ଠା,୧୬/୦୧, ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ପିଏମ୍ ଶ୍ରୀ ନୋଡ଼ାଲ୍ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି I ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର କବିରାଜ ସେଠି ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ରୂପେ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ ଗିରିଧାରୀ ନାୟକ, ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ରୁନିବାଳା ତ୍ରୀପାଠୀ,ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ମାନସ ରଞ୍ଜନ ଡାକୁଆ, ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ, ତନରଡା ଆର୍ଯ୍ୟକନ୍ୟା ଗୁରୁକୂଳ ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସେଠୀ, ଆଲୁମିନି ସଦସ୍ୟ ରାମନାରାୟଣ ପଣ୍ଡା, ସିଆରସିସି ଛାୟାକାନ୍ତ ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ରଂଜିତ୍ କୁମାର ତ୍ରିପାଠି ପ୍ରମୁଖ ଉପସ୍ଥିତ ଥିଲେ I ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସୃଜନଶୀଳତାରେ ଗଠିତ ଗ୍ୟାଲେରୀ, ଆକାଂକ୍ଷା ମେଳା, ଆକାଙ୍କ୍ଷୀ ଛାତ୍ର ପରିଷଦ ଟ୍ୟାଲେଣ୍ଟ ଗ୍ୟାଲେରୀ ଏବଂ ଦୋକାନ ଯାତ୍ରା ମୁଖ୍ୟ ଅତିଥିଙ୍କ ଦ୍ୱାରା ଉଦ୍ଘାଟିତ ହୋଇଥିଲା I ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ଗ୍ଯାଲେରୀ ଖୁବ୍ ଆକର୍ଷଣୀୟ ହୋଇଥିଲା I ଦୋକାନ ଯାତ୍ରାରେ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ଷ୍ଟଲ ରେ ଗ୍ରାହକଙ୍କ ଭିଡ଼ ଜମିଥିଲା I ଛାତ୍ରଛାତ୍ରୀଙ୍କ ସୃଜନଶୀଳତାକୁ ଅତିଥିମାନେ ଭୂୟସୀ ପ୍ରଶଂସା କରିଥିଲେ I ବିଦ୍ୟାଳୟର ଶିକ୍ଷକ ଅଶୋକ କୁମାର ମଲ୍ଲିକ୍ ମଞ୍ଚ ପରିଚାଳନା କରିଥିଲେ I ଏନସିସି ଫାଷ୍ଟ ଅଫିସର୍ ଜୟରାମ ବିଶ୍ୱାଳ କ୍ୟାଡେଟ୍ ମାନଙ୍କ ସହିତ ଅତିଥି ମାନଙ୍କୁ ପାଛୋଟି ନେଇଥିଲେ I କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଅଭିଭାବକ ଉପସ୍ଥିତ ଥିଲେ I ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I
ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ
