June 17, 2025

ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ର..

IMG-20250616-WA0053
Share

 

ପାରଳାଖେମୁଣ୍ଡି,ତା.୧୬.୦୬.୨୦୨୫

 

ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆୟୋଜିତ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଶୋଭାଯାତ୍ରାରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀମତୀ ଭାରତୀ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଶୋଭାଯାତ୍ରା ସହର ପରିକ୍ରମା କରି ସମସ୍ତ ଜନସାଧାରଣଙ୍କୁ ସଚେତନତା ସୃଷ୍ଟି କରିବା ସହ ଶିଶୁ ଶ୍ରମ ଆଇନ ସମ୍ପର୍କିତ ଦଣ୍ଡବିଧାନ ସହ ଶିଶୁ ଶ୍ରମିକ ମାନଙ୍କର ଉଦ୍ଧାର ଓ ଥଇଥାନ ସମ୍ପର୍କରେ ସଚେତନ କରାଯାଇଥିଲା। ସରକାରଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶାକୁ ଶିଶୁଶ୍ରମ ମୁକ୍ତ ରାଜ୍ୟ କରିବା ନିମନ୍ତେ ଜିଲ୍ଲା ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି । ଏହି ସଂପର୍କରେ ଶିଶୁ ଓ କିଶୋର ଶ୍ରମ ଆଇନକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ଶିଶୁ ଶ୍ରମ ନିରାକରଣ ରାଲି ଓ କର୍ମଶାଳା ଆୟୋଜନ କରାଯାଉଛି ।ଏହି ଶୋଭାଯାତ୍ରାରେ ପାରଳାଖେମୁଣ୍ଡି ପୌରପରିଷଦ ଅଞ୍ଚଳରେ ଥିବା ଜନସାଧାରଣ , ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଶ୍ରମିକ ମାନେ ଅଂଶଗ୍ରହଣ କରିଥିଲେ ।

You may have missed